ହୋଲିରେ ଦୁର୍ଘଟଣା: ଜଣେ ମୃତ, ୩ ଗୁରୁତର

ଦଶମନ୍ତପୁର,୨୬।୩(ଅରବିନ୍ଦ ନାୟକ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବର ମାହୋଲ ଥିବା ବେଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ସାମ୍ନାକୁ ଆସିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି। ଆହତମାନଙ୍କ ପରିଚୟ ମିଳିଥିବା ବେଳେ ମୃତକଙ୍କ ପରିଚୟ ମିଳିପାରି ନାହିଁ।

ମିଳିଥିବା ସୂଚନା ମୁତାବକ, ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଅଧୀନ ମାଙ୍କଡ଼ ମୁଣ୍ଡି ଗ୍ରାମ ନିକଟସ୍ଥ ମାଣ୍ଡିଙ୍ଗଠୁଟି ନିକଟରେ ଏହି ଦୁର୍ଘଟଣା ଘଟିଛି। ଜଣେ ଯୁବକ ଏକ ବାଇକ୍‌ (ନଂ.ଓଡି୧୦ଇ୬୧୩୮)ରେ ଚିକାମ୍ଭ ଯାଉଥିଲେ। ସେତିକିବେଳେ ବିପରିତ ଦିଗରୁ ଆସୁଥିବା ଏକ ବାଇକ୍‌(ନଂ.ଓଡି୧୦ଏଲ୍‌-୫୯୪୦) ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବାଇକ୍‌ରେ ଥିବା ଅନ୍ୟ ୩ଜଣ ଚକ୍ର ଗୌଡ଼(୩୦), ପିତାମ୍ବର ଗୌଡ଼(୨୫) ଓ ଡମ୍ବରୁ ଗୌଡ଼(୪୫) ଗୁରୁତର ହୋଇଛନ୍ତି। ସେମାନେ ଅଷ୍ଟପ୍ରହରୀ ନାମ ଯଜ୍ଞ ଦେଖି ବଙ୍ଗଳାଗୁଡ଼ା ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଦଶମନ୍ତପୁର ଡାକ୍ତରଖାନାରେ ଭର୍ତ୍ତି କରିଥିବା ଜଣାପଡିଛି। ଏପରିକି ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri