ଏକା ସାଙ୍ଗେ ଆଖିବୁଜିଦେଲେ ଦୁଇ ଭାଇ: ବାହୁନି ବାହୁନି କାନ୍ଦୁଛି …

ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କଲମ ଗାଁରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗାଁ ମଣ୍ଡି ପାଖରେ ଅଟକି ରହିଥିବା ଏକ ଟ୍ରକ୍‌ ପଛରେ ପିଟିହୋଇ ବାଇକ୍‌ରେ ଆସୁଥିବା ୨ ଭାଇଙ୍କ ମୃତ୍ୟୁ ହୋଇଛି। ମୃତ ୨ ଭାଇ ହେଲେ ଟଙ୍କଧର ଶବର (୪୨) ଓ ବୈକୁଣ୍ଠ ଶବର (୩୮)। ମିଳିଥିବା ସୂଚନା ଅନୁଯାୟୀ, ଅପରାହ୍ନରେ ୨ ଭାଇ ଏକ ବାଇକ୍‌ରେ ନିଜ ଘରକୁ ଆସୁଥିବାବେଳେ ବାଟରେ ଅଟକିଥିବା ଏକ ଟ୍ରକ୍‌ ପଛରେ ପିଟି ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଛି। ଖବର ପାଇ ସ୍ଥାନୀୟ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଶନିବାର ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସଠାରୁ ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri