ଭୋଜି ଖାଇ ଫେରୁଥିଲେ, ରାସ୍ତାରେ ଚାହିଁ ବସିଥିଲା ମୃତ୍ୟୁ; ଚାଲିଗଲା ୪ ଜୀବନ

ଫୁଲବାଣୀ ଅଫିସ,୧୩।୨: ଭୋଜି ଖାଇବା ହେଲା କାଳ । ଭୋଜିଖାଇ ଫେରୁ ଥିବା ବେଳେ ଦୁର୍ଘଟଣା ଘଟି ୪ ଜଣଙ୍କର ମୃତ୍ୟୁ ଘଟି ଥିବା ବେଳେ ୪ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ବଇଡ଼ାଲାହାବାଡ଼ି ନିକଟରେ। ମିନି ଭ୍ୟାନକୁ ଟ୍ରକ୍‌ ଧକ୍କା ଦେବାରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି ୨ ଜଣ ଆହତ ହୋଇଛନ୍ତି। ଘନ କୁହୁଡି ଯୋଗୁ ଦୁର୍ଘଟଣା ଘଟିଥିବାର ଅନୁମାନ କରାଯାଉଛି । ତେବେ ମୃତକମାନେ ହେଲେ ସଦର ଥାନା ଅନ୍ତର୍ଗତ ଗୁମାଗଡ଼ ଗାଡ଼ିଶୂଗା ଗ୍ରାମର ରୋଜାଲିନ ଦିଗାଲ(୧୨), ଭଗିଆ ଦିଗାଲ(୧୦), ବବୀ ପ୍ରଧାନ(ଗାଡି ଚାଳକ) ଓ ପୂର୍ଣ୍ଣ ମିଶ୍ର(୪୨) । ଗୁରୁତରମାନଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏକ ଜନ୍ମଦିନ ଭୋଜି ଖାଇବା ପାଇଁ ତାଳପଡା ଗାଁରୁ ଗୋଟିଏ ପରିବାରର ୧୦ ଜଣ ଏକ ମାରୁତି ଭ୍ୟାନରେ ଯାଇ ଘରକୁ ଫେରୁଥିଲେ। ବିଳମ୍ବିତ ରାତିରେ ବଇଡାଲାହାବାଡି ନିକଟରେ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣଙ୍କର ଫୁଲବାଣୀ ମେଡିକାଲରେ ମୃତ୍ୟୁ ଘଟିଛିି। ଅନ୍ୟ ୪ ଗୁରୁତର ହୋଇ ପ୍ରଥମେ ଫୁଲବାଣୀ ମେଡିକାଲ ପରେ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି। ଗୁରୁତରଙ୍କ ମଧ୍ୟରେ ଦୁଇ ଶିଶୁ ଅଛନ୍ତି। ଅନ୍ୟ ୨ ଜଣ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri