ଫୁଲବାଣୀ ଅଫିସ,୧୩।୨: ଭୋଜି ଖାଇବା ହେଲା କାଳ । ଭୋଜିଖାଇ ଫେରୁ ଥିବା ବେଳେ ଦୁର୍ଘଟଣା ଘଟି ୪ ଜଣଙ୍କର ମୃତ୍ୟୁ ଘଟି ଥିବା ବେଳେ ୪ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ବଇଡ଼ାଲାହାବାଡ଼ି ନିକଟରେ। ମିନି ଭ୍ୟାନକୁ ଟ୍ରକ୍ ଧକ୍କା ଦେବାରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି ୨ ଜଣ ଆହତ ହୋଇଛନ୍ତି। ଘନ କୁହୁଡି ଯୋଗୁ ଦୁର୍ଘଟଣା ଘଟିଥିବାର ଅନୁମାନ କରାଯାଉଛି । ତେବେ ମୃତକମାନେ ହେଲେ ସଦର ଥାନା ଅନ୍ତର୍ଗତ ଗୁମାଗଡ଼ ଗାଡ଼ିଶୂଗା ଗ୍ରାମର ରୋଜାଲିନ ଦିଗାଲ(୧୨), ଭଗିଆ ଦିଗାଲ(୧୦), ବବୀ ପ୍ରଧାନ(ଗାଡି ଚାଳକ) ଓ ପୂର୍ଣ୍ଣ ମିଶ୍ର(୪୨) । ଗୁରୁତରମାନଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏକ ଜନ୍ମଦିନ ଭୋଜି ଖାଇବା ପାଇଁ ତାଳପଡା ଗାଁରୁ ଗୋଟିଏ ପରିବାରର ୧୦ ଜଣ ଏକ ମାରୁତି ଭ୍ୟାନରେ ଯାଇ ଘରକୁ ଫେରୁଥିଲେ। ବିଳମ୍ବିତ ରାତିରେ ବଇଡାଲାହାବାଡି ନିକଟରେ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣଙ୍କର ଫୁଲବାଣୀ ମେଡିକାଲରେ ମୃତ୍ୟୁ ଘଟିଛିି। ଅନ୍ୟ ୪ ଗୁରୁତର ହୋଇ ପ୍ରଥମେ ଫୁଲବାଣୀ ମେଡିକାଲ ପରେ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି। ଗୁରୁତରଙ୍କ ମଧ୍ୟରେ ଦୁଇ ଶିଶୁ ଅଛନ୍ତି। ଅନ୍ୟ ୨ ଜଣ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି।
Posted inHome Left, ଆମ ଜିଲା ଖବର, କନ୍ଧମାଳ View All
ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ
ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…
ଉଜ୍ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି
ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍ବେକିସ୍ତାନ ଏବଂ କିର୍ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…
ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍ ଓ୍ବାର୍ନିଂ
ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…
ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ
ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…
ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…
ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…
ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…
ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…
ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ
ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…
ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍ ବଢ଼ାଉଛି ଚିନ୍ତା
ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…
Archives

