ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା ହେବାରୁ ଅନ୍ୟୂନ ୬ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଯୋଡା ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲିଛି।

ସୂଚନା ଅନୁଯାୟୀ, ‘ବିଳାସିନୀ’ ନାମକ ବସ୍‌ଟି ଯୋଡାରୁ ତୁରୁମୁଙ୍ଗା ଅଭିମୁଖେ ଯାଉଥିବା ବେଳେ ଅଣ୍ଡରପାସ୍‌ର ଏକ ବ୍ଲାଇଣ୍ଡ ଟର୍ଣ୍ଣିଂ ନିକଟରେ ପଛପଟୁ ଲୁହାପଥର ବୋଝେଇ ଏକ ଟ୍ରେଲର ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ବସ୍‌ଟି ସୋନା ନଦୀ କୂଳ ଆଡକୁ ଖସିଯାଇଥିଲେ ମଧ୍ୟ ଅଳ୍ପକେ ଏକ ବଡ଼ ଦୁର୍ଘଟଣାରୁ ରକ୍ଷା ପାଇଯାଇଥିଲା।

ଘଟଣା ସମୟରେ ବସ୍‌ରେ ପ୍ରାୟ ୩୦ ଜଣ ଯାତ୍ରୀ ଥିଲେ। ବସ୍‌ଟି ନଦୀଗର୍ଭକୁ ଖସିପଡ଼ିବାର ଆଶଙ୍କା ଥିଲେ ମଧ୍ୟ ରାସ୍ତା କଡ଼ରେ ଅଟକି ଯାଇଥିଲା। ଦୁର୍ଘଟଣା ଫଳରେ ଦୀର୍ଘ ସମୟ ଧରି ଏହି ରାସ୍ତାରେ ଯାତାୟାତ ବ୍ୟାହତ ହୋଇଥିଲା।

ଖବର ପାଇ ଯୋଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ହସ୍ପିଟାଲ ପଠାଇଥିଲା। ପରେ ଦୁର୍ଘଟଣାଗ୍ରସ୍ତ ବସ୍‌ ଓ ଟ୍ରେଲରକୁ ରାସ୍ତାରୁ ହଟାଯାଇଥିଲା। ଏହାପରେ ଯାତାୟାତ ସ୍ୱାଭାବିକ ହୋଇଥିଲା। ପୋଲିସ ଉଭୟ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri