କୋଦଳାରେ ଅଘଟଣ: ପୋଖରୀରେ ଚାଲିଗଲା ଜଣଙ୍କ ଜୀବନ

ବେଗୁନିଆପଡା,୭।୪(ସୁଶାନ୍ତ କୁମାର ପଟ୍ଟନାୟକ):ଗଞ୍ଜାମ କୋଦଳାରେ ଅଘଟଣ। ପାଣିରେ ବୁଡ଼ିଯାଇ ପ୍ରାଣ ହରାଇଲେ ଜଣେ ବ୍ୟକ୍ତି। ମୃତକ ଜଣକ ହେଲେ କୋଦଳା ବାଇଗଣୀଆ ସାହିର ୪୦ ବର୍ଷୀୟ କଂଗ୍ରେସ ଜେନା। ଚିନାବାଦାମ ଖୁଚୁରା ବିକ୍ରୟ କରି ସେ ନିଜର ପେଟ ପୋଷୁଥିଲେ। ବୁଗୁଡ଼ାରୁ ୨ ବସ୍ତା ଚିନାବାଦାମ ଆଣି ପୋଖରୀରେ ଧୋଇବାକୁ ଯାଇଥିବା ବେଳେ ଗୋଡ଼ ଖସି ଯିବାରୁ ଗଭୀର ପାଣିକୁ ଚାଲି ଯାଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଦଣ୍ଡିଶ୍ୱର ମନ୍ଦିର ନିକଟରେ ଥିବା ଗୁଡିଖାତ ପୋଖରୀରେ ସେ ବୁଡି ଯାଇଥିବା ସୂଚନା ମିଳିଛି। ଖବର ପାଇ ସାହି ଲୋକେ ପୋଖରୀ ନିକଟରେ ରୁଣ୍ଡ ହୋଇଥିଲେ। କୋଦଳା ଅଗ୍ନିଶମବାହିନୀ ଟିମ ପହଞ୍ଚି ତାଙ୍କୁ ପାଣି ଭିତରୁ ଉଦ୍ଧାର କରି ମେଡିକାଲ ପହଞ୍ଚାଇଥିବା ବେଳେ ଶବ ବ୍ୟବଚ୍ଛେଦ କରାଯିବ ବୋଲି ସୂଚନା ମିଳିଛି। ସେପଟେ କୋଦଳା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମୃତ କଂଗ୍ରେସଙ୍କ ଗୋଟିଏ ୪ ବର୍ଷର ଝିଅ ଓ ୧୦ ବର୍ଷର ପୁଅ ରହିଛନ୍ତି। ଘଟଣା ପରେ ସ୍ତ୍ରୀ ଓ ପରିବାର ଲୋକେ ହତବାକ ହୋଇ ପଡିଛନ୍ତି। ଗରିବ ପରିବାରକୁ ସରକାରୀ ସହାୟତା ପ୍ରଦାନ ପାଇଁ ଦାବି କରିଛନ୍ତି ସ୍ଥାନୀୟ ବାସିନ୍ଦା।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri