ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି  ଅନ୍ୟଜଣେ

ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍‌ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ  ଘଟଣାସ୍ଥଳରେ ଜଣଙ୍କ  ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି ।
ସୂଚନାଯୋଗ୍ୟ,  ପଡୋଶୀ ଆନ୍ଧ୍ର ରାଜ୍ୟର ଆରୁକୁ ଭେଲିରୁ ଦୁଇଟି ମୋଟର ସାଇକେଲ ଯଥା ପଲ୍‌ସର ବାଇକ୍‌ରେ ୩ ଜଣ, ସ୍କୁଟିରେ ଜଣେ ୪ଜଣ ସାଙ୍ଗ  ଦେଓମାଳି ପର୍ଯ୍ୟଟନସ୍ଥଳୀ ବୁଲିବାକୁ ସେମିଳିଗୁଡା ଅଭିମୁଖେ ଦୁଇ ମୋଟର ସାଇକେଲରେ ଆଗ ପଛ ହୋଇ ଯାଉଲେ । ଏହି ସମୟରେ କୁନ୍ଦୁଲି ହାଇସ୍କୁଲ ନିକଟରେ ମୋଟର ସାଇକେଲ ସମୁଖରେ ଯାଉଥିବା ଆନ୍ଧ୍ର ଯାତ୍ରୀବାହୀ ବସ୍‌କୁ ଅତିକ୍ରମ କରିବାପାଇଁ ଚେଷ୍ଟା କରୁଥିବା ବେଳେ ମୋଟର ସାଇକେଲଟି ଉକ୍ତ ବସ୍‌ରେ ପିଟି ହେବା ଫଳରେ ବସ୍‌ର କିଛି ଅଂଶ ଭାଙ୍ଗି ଯାଇଥିଲା।
ଏହି ସମୟରେ ସମ୍ମୁଖରୁ ପଟ୍ଟାଙ୍ଗି ଅଭିମୁଖେ ଆସୁଥିବା ଏକ ପିକପ ଭ୍ୟାନ (ନଂ OD୦୭ D ୧୬୭୭) ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳେ ପାଣ୍ଡୁ ନାମକ ଜଣେ ଯୁବଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୨ ଜଣ ପ୍ରଶାନ୍ତ ଏବଂ ଜେମସଙ୍କୁ ଦୁର୍ଘଟଣାସ୍ଥଳରୁ କିଛି ଦୂରରେ ରହିଥିବା କୁନ୍ଦୁଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଭର୍ତ୍ତି କରାଯାଇଥିଲା।
ଚିକିତ୍ସାଧୀନ ଅବସ୍ଥାରେ ଜେମସ ନାମକ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଯୁବକ ଜି ପ୍ରଶାନ୍ତ ଗୁରୁତର ଥିବା ସହ ଡାହାଣ ଗୋଡ଼ ଭାଙ୍ଗି ଯାଇଛି। ଅଣ୍ଟାରେ ମଧ୍ୟ ଗଭୀର ଆଘାତ ଲାଗିଛି । ତାଙ୍କୁ  କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତର କରା ଯାଇଥିବା ଜଣାପଡିଛି।
ସେପଟେ ଦୁର୍ଘଟଣା ସମ୍ପର୍କରେ ଖବର ପାଇ ପଟ୍ଟାଙ୍ଗି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଜାତୀୟ ରାଜପଥ ଉପରେ ପଡି ରହିଥିବା ମୃତଦେହ ଉଦ୍ଧାର କରି ଉପରୋକ୍ତ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ପଲସର ମୋଟର ସାଇକେଲକୁ ଜବତ କରିଥିଲେ ମଧ୍ୟ ମୋଟର ସାଇକେଲର ନମ୍ବର ଜଣାପଡି ନ ଥିବା ସହ କୁନ୍ଦୁଲି ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଛି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?