ମହେନ୍ଦ୍ରଗିରି ବୁଲିବାକୁ ଯାଇ ସନ୍ଧ୍ୟାରେ ଘରକୁ ଫେରୁଥିଲେ: ଦୁର୍ଘଟଣାରେ ୨ ଗୁରୁତର

ମୋହନା,୨ା୩(ମନ୍ମଥ ମିଶ୍ର): ମୋହନା ଥାନା ଅନ୍ତର୍ଗତ ତଲାସିଂ ଗ୍ରାମ ନିକଟ ରାଜ୍ୟ ରାଜପଥ ବୁଲାଣି ନିକଟ ଶଙ୍ଖରେ ଏକ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଗଞ୍ଜାମ ଜିଲ୍ଲା କଂସାମାରୀ ଗ୍ରାମର ଜଗନ୍ନାଥ ଦୋରା (୨୦) ଓ ଶମ୍ଭୁ ଦୋରା (୧୯)। ଉଭୟଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଆମ୍ବୁଲାନ୍ସରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଡାକ୍ତର ଜିତେନ୍ଦ୍ର ଦାଶ ପ୍ରାଥମିକ ଚିକିତ୍ସା କରିବା ପରେ ଅଧିକ ଚିକିତ୍ସା ପାଇଁ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି। ପ୍ରକାଶ ଯେ, ଜଗନ୍ନାଥ ଓ ଶମ୍ଭୁ ଏକ ବାଇକରେ ମହେନ୍ଦ୍ରଗିରି ବୁଲିବାକୁ ଯାଇ ସନ୍ଧ୍ୟାରେ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।

Dharitri – Odisha’s No.1 Odia Daily

Share