ବାଇକ୍‌ ଆରୋହୀ ଦମ୍ପତିଙ୍କ ଉପରେ ଚଢ଼ିଗଲା କାର୍‌

ପୁରୁଷୋତ୍ତମପୁର,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୂଖ୍ୟ ରାସ୍ତାର ଭାଟକୁମରଡା କଲେଜ ସମ୍ମୁଖରେ ରବିବାର ଏକ କାର ମୋଟର ସାଇକେଲ ଆରୋହୀଙ୍କ ଉପରେ ଚଢିଯିବା ସହ ବିଦ୍ୟୁତ ଟ୍ରାନ୍ସଫର୍ମରକୁ ପିଟି ହୋଇଯାଇଛି। ଏଥିରେ ବାଇକ୍‌ ଆରୋହୀ ଦମ୍ପତି ଭାଟକୁମରଡା ଗ୍ରାମର ତୋଫାନ ପଲେଇ (୨୭) ଓ ତାଙ୍କ ପତ୍ନୀ ପ୍ରମିଳା ପଲେଇ( ୨୨) ଆହତ ହୋଇଛନ୍ତି। ତୋଫାନଙ୍କ ଅବସ୍ଥା ଗୁରୁତର ରହିଛି। ଉଭୟଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇ ଦିଆଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡିଟିକୁ ଜବତ କରିବା ସହ କାର ଡ୍ରାଇଭରଙ୍କୁ ଅଟକ ରଖି ତଦନ୍ତ ଚଲାଇଛନ୍ତି।

ସୂଚନାନୁଯାୟୀ, ଦମ୍ପତି ମୋଟର ସାଇକେଲ ଯୋଗେ ବ୍ରହ୍ମପୁରରୁ ନିଜ ଗ୍ରାମକୁ ଫେରୁଥିବାବେଳେ ଆନ୍ଧ୍ରପ୍ରଦେଶ ପାଦପାଟଣାମର କିଛି ଆଇଆପା ଭକ୍ତ ତାରାତାରିଣୀଠାରୁ ଦର୍ଶନ ସାରି କାର ଯୋଗେ ଅତି ଦ୍ରୁତ ଗତିରେ ଯିବାବେଳେ ଭାରସାମ୍ୟ ହରାଇ ମୋଟର ସାଇକେଲ ଆରୋହୀଙ୍କ ଉପରେ ଚଢାଇ ଟ୍ରାନ୍ସଫର୍ମରକୁ ପିଟି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri