ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୮.୦୨ ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତଙ୍କ ମୁଣ୍ଡ, କପାଳ ଓ ଆଖିରେ ଗଭୀର ଆଘାତ ଲାଗିଥିବା ଜଣାପଡ଼ିଛି।

ଆହତ ଦ୍ୱୟ ହେଲେ ତହସିଲ ପଡ଼ାର ପୁରୁନ୍ଧର ନାଏକ (୪୦), ପିତା- ବାଳକୃଷ୍ଣ ନାଏକ ଏବଂ ପାଲଜୋର୍ ଗ୍ରାମର ସଦାଶିବ ମାଝୀ (୨୮), ପିତା- ଡମ୍ବରୁଧର ମାଝୀ। ସଦାଶିବ ନିଜ ଗ୍ରାମରୁ ଲାଠିଆଗୁଡ଼ା ଅଭିମୁଖେ ଯାଉଥିବା ବେଳେ ପୁରୁନ୍ଧର ଥୁଆମୂଳ ରାମପୁର ମାର୍କେଟରୁ ଘରକୁ ଫେରୁଥିଲେ। ଏହି ସମୟରେ ଭାରସାମ୍ୟ ହରାଇ ଦୁହିଁଙ୍କ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।

ଦୁର୍ଘଟଣା ପରେ ପ୍ରଥମେ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ ମଧ୍ୟ ସେହି ସମୟରେ ଗାଡ଼ି ଉପଲବ୍ଧ ନ ଥିଲା। ଏଭଳି ଜରୁରୀ ପରିସ୍ଥିତିରେ ସ୍ଥାନୀୟ ‘ନବଜୀବନ ଯୁବ ଅନୁଷ୍ଠାନ’ର କର୍ମକର୍ତ୍ତାମାନେ ମେଡିକାଲରୁ ଏକ ଷ୍ଟ୍ରେଚର୍ ଆଣି ଆହତମାନଙ୍କୁ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା ପାଇଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ଖବର ପାଇ ସ୍ଥାନୀୟ ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସହଯୋଗର ହାତ ବଢ଼ାଇଥିଲା। ଏଥିସହ ଯୁବ ଅନୁଷ୍ଠାନର ସଦସ୍ୟମାନେ ଆହତ ଗରିବ ପୁରୁନ୍ଧର ନାଏକଙ୍କ ପରିବାରକୁ ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରିଛନ୍ତି।

ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଦ୍ୱୟଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ଦୁର୍ଭାଗ୍ୟବଶତଃ ସେହି ସମୟରେ ମଧ୍ୟ କୌଣସି ଆମ୍ବୁଲାନ୍ସ ମିଳିପାରି ନ ଥିଲା। ଶେଷରେ ବାଧ୍ୟ ହୋଇ ଉଭୟ ପରିବାର ଲୋକେ ନିଜ ଖର୍ଚ୍ଚରେ ଏକ ବେସରକାରୀ ଗାଡ଼ି ଯୋଗାଡ଼ କରି ଆହତମାନଙ୍କୁ ଜିଲା ଡାକ୍ତରଖାନାକୁ ନେଇଛନ୍ତି।

୨୪ଟି ଗ୍ରାମ ପଞ୍ଚାୟତ ବିଶିଷ୍ଟ ଏହି ବୃହତ ବ୍ଲକରେ ମାତ୍ର ୨ଟି ଆମ୍ବୁଲାନ୍ସ ରହିଛି। ଜରୁରୀ ସମୟରେ ଆମ୍ବୁଲାନ୍ସ ନ ମିଳିବା ସମସ୍ୟା ଏଠାରେ ଦୀର୍ଘଦିନ ଧରି ଲାଗିରହିଛି, ଯାହାକୁ ନେଇ ସ୍ଥାନୀୟ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ସ୍ୱାସ୍ଥ୍ୟ ସେବାରେ ସୁଧାର ଆଣିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?