ରେଳଧାରଣା ପାର ବେଳେ ଅଘଟଣ

ବ୍ରହ୍ମପୁର ଅଫିସ,୨୭ା୩: ରେଳଧାରଣା ପାର ବେଳେ ଘଟିଛି ଅଘଟଣ। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଉ ଜଣେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ତାଙ୍କ ବୟସ ଆନୁମାନିକ ୫୮ ବର୍ଷ ହେବ ବୋଲି ରେଳ ପୋଲିସ କହିଛି। ଅନ୍ୟପଟେ ରେଳ ସୁରକ୍ଷା ବଳ କର୍ମଚାରୀମାନେ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ସୋମବାର ପୂର୍ବାହ୍ନରେ ହଳଦିଆପଦର ନିକଟ ରେଳଧାରଣାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ଖବର ମିଳିଥିଲା। ପୋଲିସ ସେଠାରେ ପହଞ୍ଚି ମୃତଦେହ ଜବତ କରି ନଂ.୨୫/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ପରିଚୟ ମିଳି ନ ଥିବାରୁ ମୃତଦେହ ବ୍ୟବଚ୍ଛେଦ ପରେ ସଂରକ୍ଷଣ ଗୃହରେ ରଖାଯାଇଛି ବୋଲି ପୋଲିସ କହିଛି। ସେହିପରି କନ୍ଧମାଳ ଜିଲା ସାରଙ୍ଗଗଡ଼଼ ଗ୍ରାମର ଦୁଇ ପରିବାର କାମ କରିବାକୁ ଚେନ୍ନାଇ ଯିବା ପାଇଁ ସୋମବାର ସକାଳେ ବ୍ରହ୍ମପୁର ଆସିଥିଲେ। ବାଳକୃଷ୍ଣ ବେହେରା(୩୫) ଓ ଚିତ୍ରସେନ ନାୟକ(୪୫)ଙ୍କ ପରିବାର ସଦସ୍ୟ ରେଳଷ୍ଟେଶନର ପ୍ଲାଟ୍‌ଫର୍ମ-୨ରେ ଟ୍ରେନ୍‌କୁ ଅପେକ୍ଷା କରିଥିଲେ। ହେଲେ ବାଳକୃଷ୍ଣ ଓ ଚିତ୍ରସେନ କୌଣସି କାରଣରୁ ବାହାରକୁ ଯାଇଥିଲେ। କିଛି ସମୟ ପରେ ଶୁଣିବାକୁ ମିଳିଥିଲା, ରେଳଧାରଣା ପାର ହେଉଥିବା ଜଣେ ଲୋକ ଯଶୱନ୍ତପୁର-ହାୱଡା ସୁପରଫାଷ୍ଟ ଟ୍ରେନ୍‌ ଧକ୍କାରେ ଆହତ ହୋଇଛନ୍ତି। ବାଳକୃଷ୍ଣ ସେଠାକୁ ଯାଇ ଦେଖିବା ବେଳକୁ ଆହତ ଚିତ୍ରସେନଙ୍କୁ ପୋଲିସ ମେଡିକାଲ ନେଉଛି। ଫଳରେ ଉଭୟ ପରିବାରର ଚେନ୍ନାଇ ଯିବା ଯୋଜନା ଅଧାରେ ରହିଯାଇଥିଲା। ବାଳକୃଷ୍ଣ ନିଜ ପରିଚୟ ପୋଲିସକୁ ଦେବା ସହ ଚିତ୍ରସେନ ସୁସ୍ଥ ହେବା ପରେ ଆମେ ତାଙ୍କୁ ଗଁାଙ୍କୁ ନେଇଯିବୁ ବୋଲି ରେଳ ସୁରକ୍ଷା ବଳ(ଆରପିଏଫ) ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri