ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଏକ ପଥର ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି ୦୭ ଇ-୦୭୦୯) ଧକ୍କାରେ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି ।

ମୃତକ ଦ୍ବୟ ହେଲେ ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ପାଳଝାଡି ଗାଁର ରଙ୍କ ଗୌଡ଼ଙ୍କ ପୁଅ ତୋଫାନ ଗୌଡ଼(୨୫) ଏବଂ ସ୍ବର୍ଗତ ସନ୍ତୋଷ କୁମାର ପଣ୍ଡାଙ୍କ ଏକମାତ୍ର ପୁଅ ସୁମିତ କୁମାର ପଣ୍ଡା(୨୬) । ଉଭୟେ ଦିଗପହଣ୍ଡିରେ କାମସାରି ବାଇକ (ନଂ. ଓଡ଼ି୦୭ ଏବି -୬୩୦୭) ଯୋଗେ ଗାଁକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଦ୍ରୁତଗତିରେ ଆସି ଟ୍ରାକ୍ଟର ଧକ୍କା ଦେଇଥିଲା । ଉଭୟେ ରାସ୍ତା ଉପରେ ବାଇକ ସହ ଛିଟକି ପଡ଼ିଥିଲେ।ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।ସେଠାରେ ଉପସ୍ଥିତ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

ଏନେଇ ଦିଗପହଣ୍ଡି ଥାନାରେ ଏତଲା ହେବାପରେ ଆଇଆଇସି କିଶୋର କୁମାର ସାମଲ ମକଦ୍ଦମା ରୁଜୁ କରିଛନ୍ତି । ପୋଲିସ ଟିମ୍ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ । ବ୍ୟବଚ୍ଛେଦ ପରେ ମୃତଦେହ ଦୁଇଟିକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ଶେଷକୃତ୍ୟ କରାଯାଇଛି। ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ବାଇକ ଓ ଟ୍ରାକ୍ଟରକୁ ଜବତ କରି ଥାନାକୁ ନେଇଛନ୍ତି । ଟ୍ରାକ୍ଟର ଚାଳକ ଫେରାର ଥିବା ପୋଲିସ କହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?