ଫାଟିଲା ପଛ ଚକା; ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍‌

ଫୁଲନଖରା,୨୮।୪(ଡି.ଏନ୍‌.ଏ.): କଟକ-ଭୁବନେଶ୍ୱର ୧୬ନଂ ଜାତୀୟ ରାଜପଥସ୍ଥିତ ଫୁଲନଖରା ଓଭର ବ୍ରିଜ଼ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୁବନେଶ୍ୱରର ସାଲିଆସାହି ବସ୍ତିରୁ ଏକ ଘରୋଇ ବସ ନଂ (ଓଆର୍‌ ୦୨ ଏଟି.୭୬୪୭)ଯୋଗେ ୩୦ ଊର୍ଦ୍ଧ୍ୱ ଶ୍ରମିକ ଭଦ୍ରକ ବନ୍ତ ଅଞ୍ଚଳକୁ ଢ଼ଳେଇ କାମ କରିବା ପାଇଁ ଯାଇଥିଲେ। କାମ ସାରି ଫେରୁଥିବା ସମୟରେ ବୁଧବାର ରାତି ପ୍ରାୟ ୧ଟା ସମୟରେ ଫୁଲନଖରା ଓଭର ବ୍ରିଜ଼ ନିକଟରେ ହଠାତ ବସ୍‌ର ପଛ ଚକା ଫାଟି ଯିବାରୁ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ବସ୍‌ରେ ବସିଥିବା ଯାତ୍ରୀଙ୍କ ମଧ୍ୟରୁ ୧୦ଜଣ ଆହତ ହୋଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଜାତୀୟ ରାଜପଥ ଟ୍ରାଫିକ ଥାନା ଏସଆଇ ପ୍ରଫୁଲ୍ଲ କୁମାର ଦାଶ ଓ ଅନ୍ୟ ପୋଲିସ କର୍ମଚାରୀଙ୍କୁ ଧରି ଆହତ ମାନଙ୍କୁ କଟକ ବଡ ମେଡିକାଲ ପଠାଇଥିଲେ। ଏଥିସହ ବସ୍‌ଟିକୁ କ୍ରେନ ମାଧ୍ୟମରେ ଉଠାଇ ସଦର ଥାନା ପୋଲିସ ଜିମା ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri