ମହିଳା ଯାତ୍ରୀଙ୍କୁ ଧକ୍କା ଦେଇ ଛାତି ଉପରେ ଚଢ଼ିଗଲା ‘ମୋ ବସ୍‌’

କଟକ,୨୯ା୧୦ (କାର୍ତ୍ତିକ ସାହୁ) କଟକ ନେତାଜୀ ବସ୍‌ ଟର୍ମିନାଲ (ସିଏନ୍‌ବିଟି) ଭିତରେ ମୋ ବସ୍‌ (ଓଡି-୩୩-ଭି-୨୮୯୫) ଚଢ଼ିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସିଡିଏ ମର୍କତନଗର ଅଞ୍ଚଳର ସରସ୍ବତୀ ଗୋଚ୍ଛାୟତ(୬୦)। ଏହି ବିଷାଦପୂର୍ଣ୍ଣ ଘଟଣାଟି ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଘଟିଥିବା ଜଣାଯାଇଛି।

ପୋଲିସ ସୂଚନା ଅନୁସାରେ, ମୃତ ମହିଳା ସରସ୍ବତୀ ଗୋଚ୍ଛାୟତ ତାଙ୍କ ସ୍ବାମୀଙ୍କ ସହ ମୋ ବସ୍‌ରେ ଚଢ଼ି ସିଡିଏ ଅଞ୍ଚଳରୁ ଆସି ସିଏନ୍‌ବିଟିରେ ଓହ୍ଲାଇଥିଲେ। ମୋ ବସ୍‌ରୁ ଓହ୍ଲାଇବା ପରେ ଦୁହେଁ ବସ୍‌ର ପଛ ଦେଇ ଯାଉଥିଲେ। ଏତିକି ବେଳେ ଉକ୍ତ ମୋ ବସ୍‌ଟି ପଛକୁ ଆସୁଥିବା ସେମାନେ ଜାଣିପାରି ନ ଥିଲେ। ବସ୍‌ ପଛରେ ବି କେହି କର୍ମଚାରୀ ନଥିବାରୁ ବସ୍‌ ଡ୍ରାଇଭର ସେମାନଙ୍କୁ ଦେଖିପାରିନଥିଲେ। ଫଳରେ ବସ୍‌ଟି ମହିଳାଙ୍କୁ ଧକ୍କା ଦେବା ପରେ ପଛ ଚକଟି ତାଙ୍କ ଛାତି ଉପରେ ଚଢ଼ିଯାଇଥିଲା। ମାତ୍ର ସୌଭାଗ୍ୟକ୍ରମେ ତାଙ୍କ ସ୍ବାମୀ ମରଣ ମୁହଁରୁ ବର୍ତ୍ତି ଯାଇଥିଲେ। ତୁରନ୍ତ ଲୋକମାନେ ସେଠାରେ ରୁଣ୍ଡ ହେବା ସହ ପୋଲିସକୁ ଖବର ଦେଇଥିଲେ। ବାଦାମବାଡ଼ି ଥାନା ପୋଲିସ ସେଠାରେ ପହଞ୍ଚତ୍ ମହିଳାଙ୍କୁ ଏସ୍‌ସିବି ମେଡିକାଲ ପଠାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ମେଡିକାଲରେ ରଖାଯାଇଛି। ବୁଧବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ବାଦାମବାଡ଼ି ଆଇଆଇସି ଅଜୟ ରାଉଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?