କାଲି ଯାଉଥିଲେ ୨ ସାଙ୍ଗ, ଆଜି ଜଣଙ୍କ ଆଖିଆଗରେ ଚାଲିଗଲେ ଆଉଜଣେ

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗୋକର୍ଣ୍ଣପୁର ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ଦୁର୍ଘଟଣା ଘଟିଥିଲା। ପିକଅପ ଭ୍ୟାନ (ନଂ. ଓଡ଼ି ୦୭ ଏଏସ ୨୮୫୭) ଧକ୍କାରେ ବ୍ରହ୍ମପୁର ସଦର ଥାନା ରୋହି ଗାଁର ସ୍କୁଟି ଚାଳକ ସନ୍ତୋଷ ସେଠୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଦିଗପହଣ୍ଡି ପୋଲିସ ଥାନା ମାମଲା (ନଂ.୪୮୫/୨୪) ଅନୁଯାୟୀ ରବିବାର ସକାଳେ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ଶନିବାର ଅପରାହ୍ନରେ ପିକଅପ ଭ୍ୟାନଟି ବିପରୀତ ଦିଗରୁ ଆସୁଥିବା ସ୍କୁଟି(ନଂ.ଓଡି ୦୭ ଏଏ – ୯୦୧୫) କୁ ଧକ୍କା ଦେବାରୁ ସ୍କୁଟିରେ ଯାଉଥିବା ସନ୍ତୋଷ ଏବଂ ତାଙ୍କ ସାଙ୍ଗ ରିଙ୍କୁ ଜେନା ଗୁରୁତର ଆହାତ ହୋଇଥିଲେ। ଉଭୟଙ୍କୁ ଉଦ୍ଧାର ପରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସାପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଉଭୟଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସନ୍ତୋଷଙ୍କ ମୃତ୍ୟୁ ଘଟିଥିଲା ମୃତଦେହ ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ପୋଲିସ ଦୁର୍ଘଟଣା ଗସ୍ତ ପିକଅପ ଭ୍ୟାନ ଏବଂ ସ୍କୁଟି କୁ ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri