ପେପର ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ

ରାୟଗଡ଼ା ଅଫିସ/ରାମନାଗୁଡ଼ା,୧୪।୧୦ (ଡି.ଏନ୍‌.ଏ.): ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ ଚାକୁଣ୍ଡା ଛକ ନିକଟସ୍ଥ ବୁଲାଣି ପାଖରେ ଏକ ପେପର ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ ହେଲ୍‌ପର ଶିବ ଗୌଡ଼ ଏଥିରେ ଗୁରୁତର ହୋଇଛନ୍ତି।
ପ୍ରକାଶ ଯେ, ଜେକେ କାଗଜକଳରୁ ବାହାରି ଏକ ଟ୍ରକ୍‌ (ଓଡି-୧୮ବି-୧୪୪୯) କଟକ ଯାଉଥିଲା। ହଠାତ୍‌ ଭାରସାମ୍ୟ ହରାଇ ଚାକୁଣ୍ଡା ଛକ ବୁଲାଣି ନିକଟରେ ଓଲଟି ପଡ଼ିଥିଲା। ଟ୍ରକ୍‌ ଡ୍ରାଇଭର ବଳରାମ ବେହେରା ସପରିବାର ଉକ୍ତ ଟ୍ରକ୍‌ରେ ଯାଉଥିଲେ। କିନ୍ତୁ ଦୁର୍ଘଟଣାରେ କାହାର ବିଶେଷ କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ବୁଲାଣିରେ ଟ୍ରକ୍‌ ଷ୍ଟିୟରିଂ ଜାମ୍‌ ହୋଇଯିବା କାରଣରୁ ଭାରସାମ୍ୟ ହରାଇ ଗାଡ଼ି ଓଲଟିପଡ଼ିଲା ବୋଲି ଡ୍ରାଇଭର କହିଛନ୍ତି। ରାମନାଗୁଡ଼ା ଫାଣ୍ଡି ଅଧିକାରୀ କୃତ୍ତିବାସ ହରିଚନ୍ଦନ ଘଟଣାସ୍ଥଳ ପହଞ୍ଚତ୍ ଆହତଙ୍କୁ ଉଦ୍ଧାରକରି ରାମନାଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଗୁରୁତର ଶିବଙ୍କୁ ଗୁଣପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri