ପେପର ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ

ରାୟଗଡ଼ା ଅଫିସ/ରାମନାଗୁଡ଼ା,୧୪।୧୦ (ଡି.ଏନ୍‌.ଏ.): ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ ଚାକୁଣ୍ଡା ଛକ ନିକଟସ୍ଥ ବୁଲାଣି ପାଖରେ ଏକ ପେପର ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ ହେଲ୍‌ପର ଶିବ ଗୌଡ଼ ଏଥିରେ ଗୁରୁତର ହୋଇଛନ୍ତି।
ପ୍ରକାଶ ଯେ, ଜେକେ କାଗଜକଳରୁ ବାହାରି ଏକ ଟ୍ରକ୍‌ (ଓଡି-୧୮ବି-୧୪୪୯) କଟକ ଯାଉଥିଲା। ହଠାତ୍‌ ଭାରସାମ୍ୟ ହରାଇ ଚାକୁଣ୍ଡା ଛକ ବୁଲାଣି ନିକଟରେ ଓଲଟି ପଡ଼ିଥିଲା। ଟ୍ରକ୍‌ ଡ୍ରାଇଭର ବଳରାମ ବେହେରା ସପରିବାର ଉକ୍ତ ଟ୍ରକ୍‌ରେ ଯାଉଥିଲେ। କିନ୍ତୁ ଦୁର୍ଘଟଣାରେ କାହାର ବିଶେଷ କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ବୁଲାଣିରେ ଟ୍ରକ୍‌ ଷ୍ଟିୟରିଂ ଜାମ୍‌ ହୋଇଯିବା କାରଣରୁ ଭାରସାମ୍ୟ ହରାଇ ଗାଡ଼ି ଓଲଟିପଡ଼ିଲା ବୋଲି ଡ୍ରାଇଭର କହିଛନ୍ତି। ରାମନାଗୁଡ଼ା ଫାଣ୍ଡି ଅଧିକାରୀ କୃତ୍ତିବାସ ହରିଚନ୍ଦନ ଘଟଣାସ୍ଥଳ ପହଞ୍ଚତ୍ ଆହତଙ୍କୁ ଉଦ୍ଧାରକରି ରାମନାଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଗୁରୁତର ଶିବଙ୍କୁ ଗୁଣପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri