Posted inଜାତୀୟ

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ବଡ ଧରଣର ସଡ଼କ ଦୁର୍ଘଟଣା, ୪ ମୃତ ୪୨ରୁ ଅଧିକ ଗୁରୁତର ଆହତ

ଲକ୍ଷ୍ନୌ,୨୩ ।୧୦: ଇଟାୱା ଜିଲାର ସୈଫଇ ସ୍ଥିତ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେର ଚ୍ୟାନେଲ ନମ୍ବର ୧୦୩ ନିକଟରେ ଦ୍ରୁତ ଗତିରେ ଯାଉଥିବା ଡବଳ ବସ ଆଗରେ ଯାଉଥିବା ଏକ କଣ୍ଟେନରକୁ ଧକ୍କା ଦେବା ଫଳରେ ଏକ ବଡ ଦୁର୍ଘଟଣା ଘଟିଛି । ଏଥିରେ ଘଟଣାସ୍ଥଳରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୪୨ରୁ ଅଧିକ ଆହତ ହୋଇଥିବା ଜଣାପଡିଛି । ଆହତଙ୍କୁ ତୁରନ୍ତ ନିକଟସ୍ଥ ସୈଫଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ଏହି ଦୁର୍ଘଟଣା ରାତି ପ୍ରାୟ ୨ଟାରେ ହୋଇଛି ।
ସୂଚନାଯୋଗ୍ୟ, ଏକ ଘରୋଇ ବସ ଗୋରଖପୁରରୁ ଅଜମେର ଯାଉଥିବା ବେଳେ ଏହି ଦୁର୍ଘଟଣା ହୋଇଛି । ଦୁର୍ଘଟଣା ସମ୍ପର୍କରେ ସୂଚନା ମିଳିବା ପରେ ସୈଫଇ ଇନ୍ସପେକ୍ଟର ରମେଶ ସିଂ କିଛି ସମୟ ମଧ୍ୟରେ ଘଟଣାସ୍ଥଳରେ ପହଞ୍ଚିଥିଲେ ଓ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଏହାପରେ ପରେ ଡିଏମ, ଏସଏସପି ସମେତ ସମସ୍ତ ପୋଲିସ କର୍ମୀ ସେଠାରେ ପହଞ୍ଚିଥିଲେ । ମେଡିକାଲ କଲେଜ ୪ ଜଣଙ୍କୁ ମୃତ ଘୋଷଣା କରିଥିଲେ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ୩ଟି କ୍ରେନ୍ ସାହାଯ୍ୟରେ ଆହତଙ୍କୁ ବସ ଭିତରୁ ବାହାର କରାଯାଇଥିଲା । ବସଟି ଗୋରଖପୁରରୁ ଆଜମେର ଯାଉଥିବା ବେଳେ ସେଥିରେ ୬୦ ଜଣ ଯାତ୍ରୀ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri