Posted inଜାତୀୟ

ଅଯୋଧ୍ୟାରେ ମର୍ମନ୍ତୁଦ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୮।୭: ଉତ୍ତରପ୍ରଦେଶ ବାରାବଙ୍କି ଜିଲାର ରାମ ସନେହି ଘାଟ କୋତଓ୍ବାଲି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଅଧିକଙ୍କୁ ଲକ୍ଷ୍ନୌ ଟ୍ରମା ସେଣ୍ଟରକୁ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟପଟେ ସମସ୍ତ ମୃତକ ବିହାର ଅଞ୍ଚଳର ବୋଲି ଜଣାପଡ଼ିଛି। ଏନେଇ ଲକ୍ଷ୍ନୌ ଏଡିଜି ଏସ୍‌.ଏନ୍‌ ସାଓ୍ବନ୍ତ ଓ ଏସ୍‌ପି ଯମୁନା ପ୍ରସାଦ ସୂଚନା ଦେଇଛନ୍ତି। ଏହି ଦୁର୍ଘଟଣାକୁ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି। ଏଥିସହ ସମସ୍ତ ଆହତଙ୍କୁ ସମସ୍ତ ପ୍ରକାରର ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ମୃତକଙ୍କ ପରିବାରଙ୍କୁ ୨ଲକ୍ଷ ଏବଂ ଆହତଙ୍କୁ ୫୦ହଜାର ଟଙ୍କା ଲେଖାଏ ସହାୟତା ରାଶି ଯୋଗାଇଦେବାକୁ ପ୍ରଧାନମନ୍ତ୍ରୀ ମୋଦି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ରାତିରେ ପଞ୍ଜାବର ଲୁଧିଆନା ଓ ହରିଆଣାର ପଲଓ୍ବଲରୁ ଏକ ଡବଲ ଡେକର ବସ୍‌ ଯାତ୍ରୀମାନଙ୍କୁ ନେଇ ବିହାର ଯାଉଥିଲା। ରାମ ସନେହି ଘାଟ କୋତଓ୍ବାଲି ଅଞ୍ଚଳ ସ୍ଥିତ କଲ୍ୟାଣି ନଦୀ ନିକଟରେ ଉକ୍ତ ବସ୍‌ଟି ଖରାପ୍‌ ହୋଇଯାଇଥିଲା। ହାଇଓ୍ବେ ଉପରେ ବସ୍‌ ରଖି ଡ୍ରାଇଭର ଜଣଙ୍କ ଗାଡ଼ି ଠିକ୍‌ କରୁଥିଲେ। ସେହି ସମୟରେ ଅନେକ ଯାତ୍ରୀ ବାହାରେ ବୁଲାବୁଲି କରୁଥିବା ବେଳେ ଆଉ କେତେଜଣ ଗାଡ଼ି ଭିତରେ ବସିଥିଲେ। ବିଳମ୍ବିତ ରାତ୍ରିରେ ବର୍ଷା ହେଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ ଉକ୍ତ ବସ୍‌କୁ ପଛପଟୁ ଧକ୍କା ଦେବା ସହ ରାସ୍ତାରେ ଶୋଇଥିବା ଯାତ୍ରୀଙ୍କ ଉପରେ ଚଢ଼ିଯାଇଥିଲା। ପରେ ଘଟଣାସ୍ଥଳରୁ ଚାଳକ ଜଣକ ଟ୍ରକ୍‌ ଛାଡ଼ି ଫେରାର ହୋଇଯାଇଥିଲେ। ଏହାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ପ୍ରବଳ ବର୍ଷା ଯୋଗୁ ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜିଥିବା ବେଳେ ପ୍ରାୟ ୫ଘଣ୍ଟା ଧରି ଏହି ଅପରେଶନ୍‌ ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri