Posted inଜାତୀୟ

ଅଯୋଧ୍ୟାରେ ମର୍ମନ୍ତୁଦ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୮।୭: ଉତ୍ତରପ୍ରଦେଶ ବାରାବଙ୍କି ଜିଲାର ରାମ ସନେହି ଘାଟ କୋତଓ୍ବାଲି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଅଧିକଙ୍କୁ ଲକ୍ଷ୍ନୌ ଟ୍ରମା ସେଣ୍ଟରକୁ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟପଟେ ସମସ୍ତ ମୃତକ ବିହାର ଅଞ୍ଚଳର ବୋଲି ଜଣାପଡ଼ିଛି। ଏନେଇ ଲକ୍ଷ୍ନୌ ଏଡିଜି ଏସ୍‌.ଏନ୍‌ ସାଓ୍ବନ୍ତ ଓ ଏସ୍‌ପି ଯମୁନା ପ୍ରସାଦ ସୂଚନା ଦେଇଛନ୍ତି। ଏହି ଦୁର୍ଘଟଣାକୁ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି। ଏଥିସହ ସମସ୍ତ ଆହତଙ୍କୁ ସମସ୍ତ ପ୍ରକାରର ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ମୃତକଙ୍କ ପରିବାରଙ୍କୁ ୨ଲକ୍ଷ ଏବଂ ଆହତଙ୍କୁ ୫୦ହଜାର ଟଙ୍କା ଲେଖାଏ ସହାୟତା ରାଶି ଯୋଗାଇଦେବାକୁ ପ୍ରଧାନମନ୍ତ୍ରୀ ମୋଦି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ରାତିରେ ପଞ୍ଜାବର ଲୁଧିଆନା ଓ ହରିଆଣାର ପଲଓ୍ବଲରୁ ଏକ ଡବଲ ଡେକର ବସ୍‌ ଯାତ୍ରୀମାନଙ୍କୁ ନେଇ ବିହାର ଯାଉଥିଲା। ରାମ ସନେହି ଘାଟ କୋତଓ୍ବାଲି ଅଞ୍ଚଳ ସ୍ଥିତ କଲ୍ୟାଣି ନଦୀ ନିକଟରେ ଉକ୍ତ ବସ୍‌ଟି ଖରାପ୍‌ ହୋଇଯାଇଥିଲା। ହାଇଓ୍ବେ ଉପରେ ବସ୍‌ ରଖି ଡ୍ରାଇଭର ଜଣଙ୍କ ଗାଡ଼ି ଠିକ୍‌ କରୁଥିଲେ। ସେହି ସମୟରେ ଅନେକ ଯାତ୍ରୀ ବାହାରେ ବୁଲାବୁଲି କରୁଥିବା ବେଳେ ଆଉ କେତେଜଣ ଗାଡ଼ି ଭିତରେ ବସିଥିଲେ। ବିଳମ୍ବିତ ରାତ୍ରିରେ ବର୍ଷା ହେଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ ଉକ୍ତ ବସ୍‌କୁ ପଛପଟୁ ଧକ୍କା ଦେବା ସହ ରାସ୍ତାରେ ଶୋଇଥିବା ଯାତ୍ରୀଙ୍କ ଉପରେ ଚଢ଼ିଯାଇଥିଲା। ପରେ ଘଟଣାସ୍ଥଳରୁ ଚାଳକ ଜଣକ ଟ୍ରକ୍‌ ଛାଡ଼ି ଫେରାର ହୋଇଯାଇଥିଲେ। ଏହାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ପ୍ରବଳ ବର୍ଷା ଯୋଗୁ ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜିଥିବା ବେଳେ ପ୍ରାୟ ୫ଘଣ୍ଟା ଧରି ଏହି ଅପରେଶନ୍‌ ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?