ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ ଭିତରକୁ ପଶି ଯାଇଛି ଏକ ଟମାଟୋ ବୋଝେଇ ଟ୍ରକ୍ । ତେବେ ଏହି ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଟ୍ରକ୍ର ଡ୍ରାଇଭର ଓ ହେଲପର।
ରାସ୍ତାରେ ଦ୍ରୁତ ଗତିରେ ଗାଡି ଚାଲାଣ ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା ନେଇ ସ୍ଥାନୀୟ ଲୋକେ କହିଛନ୍ତି । ଦୁର୍ଘଟଣାର କାରଣ ଜଣାପଡ଼ିନଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ରାସ୍ତାରେ ଯାଉଥିବା ବେଳେ ଟ୍ରକଟି କେଉଁ ପରିସ୍ଥିତିରେ ଭାରସାମ୍ୟ ହରାଇଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ ।