ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବୃଦ୍ଧ ମୃତ, ୩ ଗୁରୁତର

ଆଳି, ୮।୬ (ବନମାଳୀ ସେନାପତି): କଟକ–ଚାନ୍ଦବାଲି ମୁଖ୍ୟ ରାସ୍ତାର ଆଳି ନିଆଳ ହାଟ ଛକ ନିକଟରେ ରବିବାର ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ଗୁରୁତର ହୋଇଛନ୍ତି।

ମୃତକ ଜଣକ ହେଲେ ଆଳି ଥାନା ଅନ୍ତର୍ଗତ ଭୂଇଁପୁର ବାଲିସାହି ଗ୍ରାମର ବଳରାମ ବେହେରା। ସେହିପରି ଦୁର୍ଘଟଣାରେ ଭୂଇଁପୁର ବାଲିସାହି ଗ୍ରାମର ବିଜୟ କୁମାର ବେହେରା, କୁମାରଟଙ୍କା ଗ୍ରାମର ରାହୁଲ କୁମାର ସେଠୀ ଏବଂ ଅରେହିକଣା ଗ୍ରାମର ସାଗର ମଲ୍ଲିକ ଗୁରୁତର ଆହତ ହୋଇଛନ୍ତି।

ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଆହତଙ୍କୁ ପ୍ରଥମେ ଆଳି ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

ଖବର ପାଇ ଆଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଦୁଇଟି ବାଇକ୍‌କୁ ଜବତ କରିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ବେଳେ ଘଟଣାର ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri