ଖଲ୍ଲିକୋଟ ବଡ଼ ଘାଟି ଉପରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ୍‌ ମାଡ଼ିଯିବା ପରେ ରାସ୍ତା ସାରା ବିଛାଡ଼ି ହୋଇ ପଡ଼ିଛି…

ଖଲ୍ଲିକୋଟ,୧୭।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ବଡ଼ ଘାଟି ରାସ୍ତାରେ ମଙ୍ଗଳବାର ଅପରାହ୍ନରେରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଛେଳି ପଲ ରାସ୍ତାରେ ଯାଉଥିବା ବେଳେ ଏକ ଟ୍ରକ ମାଡି ଯିବାରୁ ପ୍ରାୟ ୫୦ରୁ ଊଦ୍ଧର୍‌ବ ଛେଳିଙ୍କ ଶୋଚନୀୟ ମୃତ୍ୟୁ ଘଟିଛି।

ସୂଚନା ଅନୁଯାୟୀ, ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ଧାମିୟା ପାତ୍ର ସକାଳୁ ଛେଳି ଓ ମେଣ୍ଢା ପଲ ଧରି ବଡ଼ ଘାଟି ଉପରକୁ ଚରାଇବାକୁ ନେଇଥିଲେ। ସେଠାରୁ ଦିନ ଦୁଇଟାରେ ଛେଳି ଓ ମେଣ୍ଢା ପଲ ଧରି ଗାଁକୁ ଫେରୁଥିବା ବେଳେ ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ ପଲ ଉପରେ ମାଡି ଚାଲି ଯାଇଥିଲା। ପଲରେ ୨୦୦ ଛେଳି ଓ ମେଣ୍ଢା ରହିଥିବା ବେଳେ ଟ୍ରକ ଚାପାରେ ପ୍ରାୟ ୫୦ ଛେଳି ଓ ମେଣ୍ଢା ଙ୍କ ଶୋଚନୀୟ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ସ୍ଥଳର ଦୃଶ୍ୟ ଏତେ ଭୟଙ୍କର ଥିଲା ଯେ ଛେଳି ଓ ମେଣ୍ଢାଙ୍କ ଗୋଡ଼, ମୁଣ୍ଡ, ରକ୍ତ, ମାଂସ ରାସ୍ତା ସାରା ବିଛାଡି ହୋଇ ପଡିଥିଲା। ସେହି ରାସ୍ତା ଦେଇ ଯାଉଥିବା ପଥଚାରୀ ଓ ଯାତ୍ରୀମାନେ ଏଭଳି ଦୃଶ୍ୟ ଦେଖି ଶିହରୀ ଉଠୁଥିଲେ। ଖବର ପାଇ ଖଲ୍ଲିକୋଟ ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ଛେଳି ଚରାଳିଙ୍କୁ ପଚାରି ବୁଝିଥିଲେ। ଏହା ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ବି.ମୋଚି ପାତ୍ରଏବଂ ବି.ରାମପାତ୍ର ଛେଳି ଓ ମେଣ୍ଢା ଗୋଠ ବୋଲି ଜଣାପଡିଛି। ଦୁର୍ଘଟଣା ଘଟାଇ ଚମ୍ପଟ ମାରିଥିବା ଟ୍ରକକୁ ଧରିବା ପାଇଁ ଚେଷ୍ଟା କରାଯାଉଛି ବୋଲି ଖଲ୍ଲିକୋଟ ଥାନା ଅଧିକାରୀ ରମେଶ କୁମାର ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri