ରାଜମହଲ ଓଭରବ୍ରିଜରେ ଦୁର୍ଘଟଣା: କାର୍‌ ଧକ୍କାରେ ବିଏମ୍‌ସି ଇନ୍ସପେକ୍ଟର ମୃତ

ଭୁବନେଶ୍ୱର ୩୧ା୧୦ ( ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ରାଜମହଲ ଓଭରବ୍ରିଜ ଉପରେ ରବିବାର ରାତି ପ୍ରାୟ ୧୨ଟା ୩୦ରେ ଏକ ଦୁର୍ଘଟଣା ଘଟିଛି। ଏଜି ଛକରୁ କଳ୍ପନା ଅଭିମୁଖେ ଯାଉଥିବା ବାଇକକୁ ପଛପଟୁ ଏକ କାର୍‌ (ଓଡି୦୨ସିଏ୦୯୮୭) ଧକ୍କା ଦେଇଥିଲା। ବାଇକଟି ଛିଟିକି ପଡ଼ିବା ସହ ରାସ୍ତାରେ ଘୋଷାଡ଼ି ହୋଇ ବ୍ରିଜ୍‌ ବାଡ଼ାରେ ପିଟି ହୋଇଯାଇଥିଲା। ଫଳରେ ବାଇକ୍‌ ଚାଳକ ଗୁରୁତର ଆହତ ହୋଇଥିଲେ। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଯୁବକ ଜଣକ ହେଲେ ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳର ହ୍ରିତିକ ରୋଶନ (୨୫) ଓ ସେ ଭୁବନେଶ୍ୱର ମହାନଗର ନିଗମର (ବିଏମସି)ର ଇନ୍ସପେକ୍ଟର (ସାନିଟାରୀ) ଭାବେ କାର୍ଯ୍ୟ କରୁଥିଲେ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷରେ କାର୍‌ଟି ମଧ୍ୟ ବ୍ରିଜ୍‌ ବାଡ଼ରେ ଧକା ହୋଇ ଓଲଟି ପଡିଥିଲା। ସେଥିରେ ଥିବା ଚାଳକ ଜଣକ ସାମାନ୍ୟ ଆହତ ହୋଇଛନ୍ତି। ଦ୍ରୁତଗତି ସହ କାର୍‌ ଚାଳକଙ୍କ ବେପରୁଆ ଗାଡ଼ି ଚାଳନାରୁ ଏହି ଦୁର୍ଘଟଣା ଘଟିଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ତେବେ ଘଟଣାପରେ ସ୍ଥାନୀୟ ଲୋକେ ଉତ୍ତ୍ୟକ୍ତ ହୋଇ ଉକ୍ତ କାରରେ ନିଆଁ ଲଗାଇ ଦେଇଥିଲେ। ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଥିବା ବେଳେ ପୋଲିସ ପହଞ୍ଚତ୍ ସ୍ଥିତି ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲା। ଖବର ପାଇ ଦମକଳ ବାହିନୀ ପହଞ୍ଚତ୍ ଜଳୁଥିବା କାରରୁ ନିଆଁ ଲିଭାଇଥିଲେ। ଏନେଇ ପୋଲିସ ଏକ ମାମଲା ରୁଜୁ କରି କାର୍‌ ଚାଳକଙ୍କୁ ପ୍ରାଥମିକ ଚିକିତ୍ସା ପରେ ଥାନାରେ ଅଟକ ରଖି ପଚାରାଉଚରା କରୁଛି। ତେବେ ପୋଲିସ କାର୍‌ ଚାଳକଙ୍କ ପରିଚୟକୁ ଗୋପନ ରଖିବା ସହ ତାଙ୍କ ସମ୍ପର୍କରେ କୌଣସି ସୂଚନା ଦେଉ ନାହିଁ। ସେ ଜଣେ ବିଶିଷ୍ଟ ବ୍ୟବସାୟୀ ଏବଂ ଅଭିନେତ୍ରୀଙ୍କ ସମ୍ପର୍କୀୟ ବୋଲି ଜଣାପଡିଛି। ଅନ୍ୟପଟେ ଘଟଣାସ୍ଥଳରେ କାରରେ ନିଆଁ ଲଗାଇଥିବା ଅଭିଯୋଗରେ ଏକାଧିକ ଯୁବକଙ୍କୁ ମଧ୍ୟ ପୋଲିସ ଅଟକ ରଖିଛି। ଘଟଣାସ୍ଥଳରେ ଅପ୍ରୀତିକର ପରିସ୍ଥିତି ଲାଗି ରହିଥିବାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ରାଜମହଲରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସୂଚନା ଅନୁଯାୟୀ, ହ୍ରିତିକରୋଶନ କଳ୍ପନାରେ ଘର ଭଡ଼ା ନେଇ ରହୁଥିଲେ। ରାତିରେ ସେ ବିଏମ୍‌ସି କର୍ମଚାରୀଙ୍କ ସଫେଇ କାର୍ଯ୍ୟକୁ ଯାଞ୍ଚ କରିବାକୁ ଯାଇଥିଲେ। ଡିୟୁଟି ସାରି ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri