ରାଜମହଲ ଓଭରବ୍ରିଜରେ ଦୁର୍ଘଟଣା: କାର୍‌ ଧକ୍କାରେ ବିଏମ୍‌ସି ଇନ୍ସପେକ୍ଟର ମୃତ

ଭୁବନେଶ୍ୱର ୩୧ା୧୦ ( ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ରାଜମହଲ ଓଭରବ୍ରିଜ ଉପରେ ରବିବାର ରାତି ପ୍ରାୟ ୧୨ଟା ୩୦ରେ ଏକ ଦୁର୍ଘଟଣା ଘଟିଛି। ଏଜି ଛକରୁ କଳ୍ପନା ଅଭିମୁଖେ ଯାଉଥିବା ବାଇକକୁ ପଛପଟୁ ଏକ କାର୍‌ (ଓଡି୦୨ସିଏ୦୯୮୭) ଧକ୍କା ଦେଇଥିଲା। ବାଇକଟି ଛିଟିକି ପଡ଼ିବା ସହ ରାସ୍ତାରେ ଘୋଷାଡ଼ି ହୋଇ ବ୍ରିଜ୍‌ ବାଡ଼ାରେ ପିଟି ହୋଇଯାଇଥିଲା। ଫଳରେ ବାଇକ୍‌ ଚାଳକ ଗୁରୁତର ଆହତ ହୋଇଥିଲେ। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଯୁବକ ଜଣକ ହେଲେ ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳର ହ୍ରିତିକ ରୋଶନ (୨୫) ଓ ସେ ଭୁବନେଶ୍ୱର ମହାନଗର ନିଗମର (ବିଏମସି)ର ଇନ୍ସପେକ୍ଟର (ସାନିଟାରୀ) ଭାବେ କାର୍ଯ୍ୟ କରୁଥିଲେ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷରେ କାର୍‌ଟି ମଧ୍ୟ ବ୍ରିଜ୍‌ ବାଡ଼ରେ ଧକା ହୋଇ ଓଲଟି ପଡିଥିଲା। ସେଥିରେ ଥିବା ଚାଳକ ଜଣକ ସାମାନ୍ୟ ଆହତ ହୋଇଛନ୍ତି। ଦ୍ରୁତଗତି ସହ କାର୍‌ ଚାଳକଙ୍କ ବେପରୁଆ ଗାଡ଼ି ଚାଳନାରୁ ଏହି ଦୁର୍ଘଟଣା ଘଟିଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ତେବେ ଘଟଣାପରେ ସ୍ଥାନୀୟ ଲୋକେ ଉତ୍ତ୍ୟକ୍ତ ହୋଇ ଉକ୍ତ କାରରେ ନିଆଁ ଲଗାଇ ଦେଇଥିଲେ। ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଥିବା ବେଳେ ପୋଲିସ ପହଞ୍ଚତ୍ ସ୍ଥିତି ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲା। ଖବର ପାଇ ଦମକଳ ବାହିନୀ ପହଞ୍ଚତ୍ ଜଳୁଥିବା କାରରୁ ନିଆଁ ଲିଭାଇଥିଲେ। ଏନେଇ ପୋଲିସ ଏକ ମାମଲା ରୁଜୁ କରି କାର୍‌ ଚାଳକଙ୍କୁ ପ୍ରାଥମିକ ଚିକିତ୍ସା ପରେ ଥାନାରେ ଅଟକ ରଖି ପଚାରାଉଚରା କରୁଛି। ତେବେ ପୋଲିସ କାର୍‌ ଚାଳକଙ୍କ ପରିଚୟକୁ ଗୋପନ ରଖିବା ସହ ତାଙ୍କ ସମ୍ପର୍କରେ କୌଣସି ସୂଚନା ଦେଉ ନାହିଁ। ସେ ଜଣେ ବିଶିଷ୍ଟ ବ୍ୟବସାୟୀ ଏବଂ ଅଭିନେତ୍ରୀଙ୍କ ସମ୍ପର୍କୀୟ ବୋଲି ଜଣାପଡିଛି। ଅନ୍ୟପଟେ ଘଟଣାସ୍ଥଳରେ କାରରେ ନିଆଁ ଲଗାଇଥିବା ଅଭିଯୋଗରେ ଏକାଧିକ ଯୁବକଙ୍କୁ ମଧ୍ୟ ପୋଲିସ ଅଟକ ରଖିଛି। ଘଟଣାସ୍ଥଳରେ ଅପ୍ରୀତିକର ପରିସ୍ଥିତି ଲାଗି ରହିଥିବାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ରାଜମହଲରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସୂଚନା ଅନୁଯାୟୀ, ହ୍ରିତିକରୋଶନ କଳ୍ପନାରେ ଘର ଭଡ଼ା ନେଇ ରହୁଥିଲେ। ରାତିରେ ସେ ବିଏମ୍‌ସି କର୍ମଚାରୀଙ୍କ ସଫେଇ କାର୍ଯ୍ୟକୁ ଯାଞ୍ଚ କରିବାକୁ ଯାଇଥିଲେ। ଡିୟୁଟି ସାରି ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?