ବରଯାତ୍ରୀ ଫେରିବା ବେଳେ ଅଘଟଣ: ପୋଲବାଡ଼ରେ ପିଟିହେଲା କାର୍‌, ଜଣେ ମୃତ, ୩ ଗୁରୁତର

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବରଯାତ୍ରୀ ଯାଇ ଫେରିବା ବେଳେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ହିମାଂଶୁ ମେହେର(୩୮)। ତାଙ୍କ ଘର ବଣ୍ଡାକୁଟ୍ରା ବୋଲି ଜଣାପଡିଛି।

ମିଳିଥିବା ସୂଚନା ଅନୁଯାୟୀ, ନୂଆପଡ଼ା ଜିଲା ସିନାପାଲିକୁ ବରଯାତ୍ରୀ ନେଇ ଯାଇଥିବା ଏକ କାର (ନଂ.ଓଡି୦୮କେ-୪୫୮୫) ଜୁନାଗଡ଼ ବ୍ଲକ ପଲାସ ଗ୍ରାମକୁ ଫେରୁଥିବା ବେଳେ ବାଟରେ ବଣ୍ଡାକୁଟ୍ରା ନିକଟ ରାସ୍ତା କଡରେ ଥିବା ଏକ ପୋଲବାଡ଼ରେ ପିଟି ହୋଇଯାଇଥିଲା। ଫଳରେ କାରରେ ଥିବା ବଣ୍ଡାକୁଟ୍ରା ଗ୍ରାମର ହିମାଂଶୁଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା। ହେଲେ ବୁଡିପଦର ଗ୍ରାମର ଯୁଗେଶର ମେହେର(୩୯), ଶୁଭମ୍‌ ମେହେର(୯) ଓ ମାଲପଡାର କାର ଚାଳକ ରବି ପଧାନ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତରଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ନିଆଯାଇଥିଲା। ସେଠାରେ ଚକିତ୍ସା ପରେ ସେମାନଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri