ବରଯାତ୍ରୀ ଫେରିବା ବେଳେ ଅଘଟଣ: ପୋଲବାଡ଼ରେ ପିଟିହେଲା କାର୍‌, ଜଣେ ମୃତ, ୩ ଗୁରୁତର

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବରଯାତ୍ରୀ ଯାଇ ଫେରିବା ବେଳେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ହିମାଂଶୁ ମେହେର(୩୮)। ତାଙ୍କ ଘର ବଣ୍ଡାକୁଟ୍ରା ବୋଲି ଜଣାପଡିଛି।

ମିଳିଥିବା ସୂଚନା ଅନୁଯାୟୀ, ନୂଆପଡ଼ା ଜିଲା ସିନାପାଲିକୁ ବରଯାତ୍ରୀ ନେଇ ଯାଇଥିବା ଏକ କାର (ନଂ.ଓଡି୦୮କେ-୪୫୮୫) ଜୁନାଗଡ଼ ବ୍ଲକ ପଲାସ ଗ୍ରାମକୁ ଫେରୁଥିବା ବେଳେ ବାଟରେ ବଣ୍ଡାକୁଟ୍ରା ନିକଟ ରାସ୍ତା କଡରେ ଥିବା ଏକ ପୋଲବାଡ଼ରେ ପିଟି ହୋଇଯାଇଥିଲା। ଫଳରେ କାରରେ ଥିବା ବଣ୍ଡାକୁଟ୍ରା ଗ୍ରାମର ହିମାଂଶୁଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା। ହେଲେ ବୁଡିପଦର ଗ୍ରାମର ଯୁଗେଶର ମେହେର(୩୯), ଶୁଭମ୍‌ ମେହେର(୯) ଓ ମାଲପଡାର କାର ଚାଳକ ରବି ପଧାନ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତରଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ନିଆଯାଇଥିଲା। ସେଠାରେ ଚକିତ୍ସା ପରେ ସେମାନଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri