ଗାଁକୁ ଆସିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା: ଜଣେ ମୃତ ୪ ଗୁରୁତର

ଖଜୁରୀପଡ଼ା,୬।୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଅଞ୍ଚଳର ୫ଜଣ ଯୁବକ ଏକ୍‌ କାର(ନଂ.ଓଡ଼ି୦୨ଇ-୪୧୭୪) ଯୋଗେ ଚାରିଛକରୁ ନିଜ ଗାଁକୁ ଆସୁଥିଲେ। ହେଲେ ବୌଦ୍ଧ ଜିଲା ପୁରୁଣାକଟକ ଥାନା ଝାଡ୍ରାଜିଙ୍ଗଠାରେ କାର୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି।

ଖବର ପାଇ ଅଗ୍ନିଶମ ବାହିନୀ ଆହତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରୁ ୨ଜଣଙ୍କୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିବା ବେଳେ ଅନ୍ୟ ଦୁଇଜଣଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

ଘଟଣାସ୍ଥଳରେ ପୁରୁଣାକଟକ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଓ ଗୁରୁତରମାନେ କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଅଧୀନ ସୁଡୁକୁମ୍ପା ପଞ୍ଚାୟତ ରାଣୀପଥର ଗ୍ରାମର। ମୃତ ଯୁବକ ହେଲେ ସ୍ବର୍ଗତ ସାଗର ମଲିକଙ୍କ ପୁଅ ଗଙ୍ଗାଧର ମଲିକ(୨୦)। ଗୁରୁତରମାନେ ହେଲେ ରାଜେଶ ବେହେରା, ଚନ୍ଦନ ସାହୁ, ବିରୁପକ୍ଷ ବେହେରା, ସାଇଲ ଖାନ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri