ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ ବ୍ଲକ ଅନ୍ତର୍ଗତ ଏମ୍‌ଏନ୍‌ ପେଟା ଗ୍ରାମର କାନ୍ତା ରାଓ ଏବଂ ତାଙ୍କ ପତ୍ନୀ-ଝିଅ।
ସୂଚନାନୁଯାୟୀ,ଗତ କିଛି ବର୍ଷ ହେଲା ପି କାନ୍ତାରାଓ ନିଜର ଜୀବନ ଜୀବିକା ପାଇଁ ବିଶାଖାପାଟଣାର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ସେଠାରୁ ଶୁକ୍ରବାର ସିଂହାଚଲମ ଭଗବାନଙ୍କ ଦର୍ଶନ ନିମନ୍ତେ ସେ ତାଙ୍କ ପତ୍ନୀ ସା ଓ ଝିଅ ମହେଶ୍ୱରୀଙ୍କ ସହ ଗୋଟିଏ ବାଇକରେ ଯାଇଥିଲେ। ହେଲେ ବିଡ଼ମ୍ବନା ଏହା ଯେ ତାଙ୍କ ଫେରିବାବାଟରେ ଜଗିରହିଥିଲା ଯମ। ସିଂହାଚଲମ ପାହାଡ଼ ପାଦ ଦେଶରେ ଥିବା ଗୋଶାଳା ଛକ ନିକଟରେ ତାଙ୍କ ବାଇକ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ କାନ୍ତା ରାଓଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ପତ୍ନୀ ସନ୍ଧ୍ୟା ଓ ଝିଅ ମହେଶ୍ୱରୀ ହସ୍ପିଟାଲ ସ୍ଥାନାନ୍ତର ସମୟରେ ଅଧାରାସ୍ତାରେ ପ୍ରାଣ ହରାଇଛନ୍ତି। ଭାଗ୍ୟବଶତଃ ତାଙ୍କ ପୁଅ ଗୁରୁନାଥ ସେମାନଙ୍କ ସହ ଯାଇ ନ ଥିଲେ।

ଏବେ ୧୧ବର୍ଷୀୟ ପୁଅ ଗୁରୁନାଥ ବାପା,ମା’ ଭଉଣୀଙ୍କୁ ହରାଇ ଏବେ ଅନାଥ। ତାଙ୍କ ପରିବାରରେ ଆଉ କେହି ନାହାନ୍ତି। ଏବେ ଘଟଣାର ତଦନ୍ତ ଆନ୍ଧ୍ରପ୍ରଦେଶର ପେନ୍ଧୁର୍ତ୍ତି ଥାନା ପୋଲିସ କରୁଛି।   ଗୋଟିଏ ଗାଡିକୁ ଓଭରଟେକ୍‌ କରି ଯିବା ସମୟରେ ଏଭଳି ଘଟଣା ଘଟିଥିବା ଜଣାପଡିଛି। ତେବେ ପେନ୍ଧୁର୍ତି ପୋଲିସ ଘଟଣାର ତଦନ୍ତ କରୁଛି। କେଉଁ ପରିସ୍ଥିତିରେ ଏତେ ବଡ଼ ଘଟଣା ଘଟିଗଲା ସେନେଇ ତଦନ୍ତ କରୁଛି। ଶନିବାର ସେମାନଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲେ ହେଁ ବର୍ତ୍ତମାନ ଯାଏ ଗ୍ରାମରେ ପହଁଚିନାହିଁ। ଖବର ପାଇବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri