ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ ବ୍ଲକ ଅନ୍ତର୍ଗତ ଏମ୍‌ଏନ୍‌ ପେଟା ଗ୍ରାମର କାନ୍ତା ରାଓ ଏବଂ ତାଙ୍କ ପତ୍ନୀ-ଝିଅ।
ସୂଚନାନୁଯାୟୀ,ଗତ କିଛି ବର୍ଷ ହେଲା ପି କାନ୍ତାରାଓ ନିଜର ଜୀବନ ଜୀବିକା ପାଇଁ ବିଶାଖାପାଟଣାର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ସେଠାରୁ ଶୁକ୍ରବାର ସିଂହାଚଲମ ଭଗବାନଙ୍କ ଦର୍ଶନ ନିମନ୍ତେ ସେ ତାଙ୍କ ପତ୍ନୀ ସା ଓ ଝିଅ ମହେଶ୍ୱରୀଙ୍କ ସହ ଗୋଟିଏ ବାଇକରେ ଯାଇଥିଲେ। ହେଲେ ବିଡ଼ମ୍ବନା ଏହା ଯେ ତାଙ୍କ ଫେରିବାବାଟରେ ଜଗିରହିଥିଲା ଯମ। ସିଂହାଚଲମ ପାହାଡ଼ ପାଦ ଦେଶରେ ଥିବା ଗୋଶାଳା ଛକ ନିକଟରେ ତାଙ୍କ ବାଇକ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ କାନ୍ତା ରାଓଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ପତ୍ନୀ ସନ୍ଧ୍ୟା ଓ ଝିଅ ମହେଶ୍ୱରୀ ହସ୍ପିଟାଲ ସ୍ଥାନାନ୍ତର ସମୟରେ ଅଧାରାସ୍ତାରେ ପ୍ରାଣ ହରାଇଛନ୍ତି। ଭାଗ୍ୟବଶତଃ ତାଙ୍କ ପୁଅ ଗୁରୁନାଥ ସେମାନଙ୍କ ସହ ଯାଇ ନ ଥିଲେ।

ଏବେ ୧୧ବର୍ଷୀୟ ପୁଅ ଗୁରୁନାଥ ବାପା,ମା’ ଭଉଣୀଙ୍କୁ ହରାଇ ଏବେ ଅନାଥ। ତାଙ୍କ ପରିବାରରେ ଆଉ କେହି ନାହାନ୍ତି। ଏବେ ଘଟଣାର ତଦନ୍ତ ଆନ୍ଧ୍ରପ୍ରଦେଶର ପେନ୍ଧୁର୍ତ୍ତି ଥାନା ପୋଲିସ କରୁଛି।   ଗୋଟିଏ ଗାଡିକୁ ଓଭରଟେକ୍‌ କରି ଯିବା ସମୟରେ ଏଭଳି ଘଟଣା ଘଟିଥିବା ଜଣାପଡିଛି। ତେବେ ପେନ୍ଧୁର୍ତି ପୋଲିସ ଘଟଣାର ତଦନ୍ତ କରୁଛି। କେଉଁ ପରିସ୍ଥିତିରେ ଏତେ ବଡ଼ ଘଟଣା ଘଟିଗଲା ସେନେଇ ତଦନ୍ତ କରୁଛି। ଶନିବାର ସେମାନଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲେ ହେଁ ବର୍ତ୍ତମାନ ଯାଏ ଗ୍ରାମରେ ପହଁଚିନାହିଁ। ଖବର ପାଇବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri