ଟ୍ରେନରେ ଚଢିବା ବେଳେ ଅଘଟଣ : ଚକା ତଳେ ପଡି ଦୁଇ ମହିଳାଙ୍କ ମୃତ୍ୟୁ

ଵ୍ରହ୍ମପୁର ୧୫/୧୨(ସୁବାସ ଚନ୍ଦ୍ର ପାଢ଼ୀ) ରେଳଷ୍ଟେସନ ପ୍ଲାଟଫର୍ମ ଚଡ଼ିବା ବେଳେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଟ୍ରେନରେ ଚଢୁଥିବା ବେଳେ ଚକା ତଳେ ପଡି ଦୁଇଜଣ ମହିଳାଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ଚିକିଟି ବ୍ଲକ ପିତାତଳି ପଞ୍ଚାୟତ ଜଗନ୍ନାଥ ପୁର ଗ୍ରାମର ଦୁଇ ଜଣ ମହିଳା ଭୁବନେଶ୍ୱର ଆନ୍ଦୋଳନ ଜାରି ରଖିଥିବା ପାଚିକା ସଙ୍ଘର ସଭାରେ ଯୋଗ ଦେବାକୁ ଯିବାପାଇଁ ସୁରଳ ରେଳ ଷ୍ଟେସନ ରେଳଧାରଣା ପାର ହେଉ ଥିବାବେଳେ ଠିକ୍ ସକାଳ ୫.୪୧ମିନଟ ସମୟରେ ପାଲାସା କଟକ ମେମୁ ଟ୍ରେନ୍ ଟି ଆସିଯାଇଥିଲା। ଷ୍ଟେସନ୍ ପ୍ଲାଟ ଶେଷ ପଟକୁ ଦୁହେଁ ପ୍ଲାଟ୍ ଫାର୍ମ ଶେଷ ଆଡ଼କୁ ଚଢ଼ୁ ଥିବା ବେଳେ ପ୍ଲାଟ୍ ଫାର୍ମ ଉଚ୍ଚା ହେତୁ ଉଭୟେ ଉପରକୁ ଉଠି ପାରିନଥିଲେ। ଏହି ସମୟରେ ଟ୍ରେନ୍ ଟି ଧକ୍କା ଦେଇଥିଲା। କଡ଼ରେ ପଡ଼ିଯାଇଥିଲେ ଓ ଉଭୟଙ୍କର ଶୋଚନୀୟ ମୃତ୍ୟୁ ହୋଇଛି, ଉଭୟ ମହିଳା ଜଗନ୍ନାଥପୁର ସ୍କୁଲର ପାଚିକା ସହାୟିକା ଭାବେ କାର୍ଯ୍ୟ କରୁଥୁଲେ। ଉଭୟଙ୍କ ପରିଚୟ ଜଗନ୍ନାଥପୁର ଗାଁର ପାର୍ବତୀ ଗୌଡ଼(୫୯) ଝୁନୁ ଗୌଡ  (୬୨)ଟ୍ରେନ୍ ଧକ୍କା ରେ ମୃତ୍ୟୁ। ଘଟଣା ସ୍ଥଳରେ ପରିବାର ଓ ଗ୍ରାମର ବ୍ୟକ୍ତିମାନେ ପହଞ୍ଚି ରେଳବାଇ ପୋଲିସ ଙ୍କ ସହଯୋଗରେ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି।ଏନେଇ ରେଳବାଇ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।ଏହି ଖବର ସାରା ଚିକିଟି ବ୍ଲକ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri