ବିବାହ ବାର୍ଷିକୀ ପାଳନ ପାଇଁ ଶ୍ୱଶୁର ଘରକୁ ଯିବା ବେଳେ ଦୁର୍ଘଟଣା, ଦମ୍ପତିଙ୍କ ସହ ଦୁଇ ଶିଶୁ ଆହତ

ଗଞ୍ଜାମ,୨୯ା୪(ଡି.ଏନ୍‌.ଏ.): ବିବାହ ବାର୍ଷିକୀ ପାଳନ ପାଇଁ ଶ୍ୱଶୁର ଘରକୁ ଯିବା ବାଟରେ ଦୁର୍ଘଟଣାର ଶିକାର ହୋଇଛନ୍ତି ଦମ୍ପତି। ଏହି ଦୁର୍ଘଟଣାରେ ଦୁଇ ଶିଶୁ କନ୍ୟା( ୬ ଓ ୨ ବର୍ଷ ) ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଆଲିବାଦ ଗ୍ରାମର ପ୍ରଶାନ୍ତ ସେନାପତି ଓ ତାଙ୍କ ସ୍ତ୍ରୀ ରାଜନେତା ସେନାପତି। ଶନିବାର ଅପରାହ୍ନରେ ଦମ୍ପତି ନିଜ ଗ୍ରାମରୁ ବାଇକ୍‌ ଯୋଗେ ଦୁଇ ଶିଶୁ କନ୍ୟାଙ୍କୁ ନେଇ ଶିପକୁଦା ବିବାହ ବାର୍ଷିକୀ ଉତ୍ସବ ପାଳନ ପାଇଁ ଯାଉଥିଲେ। ଦାମୋଦରପୁରସ୍ଥିତ ଜାତୀୟ ରାଜପଥରୁ ବଜାରକୁ ବାଇକ୍‌ ଚାଳକ ହଠାତ୍‌ ବାଇକ୍‌ ବୁଲାଇ ଦେଇଥିଲେ। ଫଳରେ ଡିଭାଇଡରରେ ପିଟି ହୋଇ ବାଇକ୍‌ରୁ ଛିଟିକି ପଡ଼ିଥିଲେ। ମହିଳାଙ୍କ ମୁଣ୍ଡ ଏବଂ ଜଣେ ଶିଶୁଙ୍କ ମୁହଁରେ ଆଘାତ ଲାଗିଥିବା ଜଣାପଡିଛି। ସେହିବାଟ ଦେଇ ଯାଉଥିବା ଗଞ୍ଜାମ ସହରର ଯୁବ ସ୍ବେଛାସେବୀ ତଥା ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ଦାମୋଦର ପୁର ଗ୍ରାମର ରାଜେଶ କୁମାର ବେହେରା ଓ ଈଶ୍ୱର ରେଡ୍ଡୀ ପ୍ରମୁଖ ଆହତଙ୍କୁ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ନେଇ ଭର୍ତ୍ତି କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri