ମଧ୍ୟାହ୍ନଭୋଜନ ଚାଉଳ ଆଣିବାକୁ ଯିବା ବେଳେ ଦୁର୍ଘଟଣା: ଅଟୋକୁ ପିଟିଲା ଟ୍ରକ୍ ‌- ୩ ମୃତ,୯ଗୁରୁତର

ବାରିପଦା ଅଫିସ/ବାଙ୍ଗିରିପୋଷି,୧୭ା୯(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ା ମଧ୍ୟାହ୍ନଭୋଜନ ଚାଉଳ ଆଣିବାକୁ ଯାଉଥିବା ଅଟୋକୁ ପଛପଟୁ ଏକ ଟ୍ରକ ଧକ୍କା ଦେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ସ୍କୁଲ ଛାତ୍ର ଓ ଅନ୍ୟ ୨ ଜଣ ଅଭିଭାବକ ଥିବା ସୂଚନା ମିଳିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ଏ ସଂକ୍ରାନ୍ତରେ ବାଙ୍ଗରିପୋଷି ପୋଲିସ ଏକ ମାମଲା(ନଂ.୧୩୪/୨୦) ରୁଜୁ କରି ତଦନ୍ତ ଜାରି ରଖିଛି। ମୃତକମାନେ ହେଲେ ବିଶୋଇ ଥାନା ଅଧୀନ ଦୁପଟା ଗ୍ରାମର ମାନସ ମାରାଣ୍ଡି (୪୦), ଫାଗୁ ହେମ୍ବ୍ରମ(୧୪) ଓ ମାନ ମାରାଣ୍ଡି(୪୫) ା
ସୂଚନା ଅନୁଯାୟୀ, ମଧ୍ୟାହ୍ନଭୋଜନ ଚାଉଳ ଆଣିବାକୁ ବିଶୋଇ ଥାନା ଅନ୍ତର୍ଗତ ଦୁପଟା ଗ୍ରାମରୁ ଶୁଳିଆପଦା ନିକଟସ୍ଥ ବଣକାଟୀରେ ଥିବା ଆଶ୍ରମ ସ୍କୁଲ ଅଭିମୁଖେ ଏକ ଅଟୋ(ଓଡି୧୧କ୍ୟୁ-୩୧୬୫)ରେ ଚାଳକ ସମେତ ୧୨ ଜଣ ଯାଉଥିଲେ। ସେମାନଙ୍କ ମଧ୍ୟରେ ୪ ମହିଳା, ୩ ପୁରୁଷ ଓ ୫ ଜଣ ପିଲା ଥିଲେ। ଅଟୋଟି ଘାଟିରୁ ତଳକୁ ଓହ୍ଲାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ମାଲ୍‌ ବୋଝେଇ ଟ୍ରକ୍‌ (ଡବ୍ଲୁବି୨୩ଇ-୦୭୩୫) ପଛପଟୁ ଧକ୍କା ଦେବା ସହ ଅଟୋକୁ ଘୋଷାଡ଼ି ନେଇ ରାସ୍ତା ପାର୍ଶ୍ୱରେ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଅଭିଭାବକ ମାନସ ମାରାଣ୍ଡି ଓ ଛାତ୍ର ଫାଗୁ ହେମ୍ବ୍ରମଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ପ୍ରଥମେ ବାଙ୍ଗରିପୋଷି ଡାକ୍ତରଖାନା ଓ ପରେ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ମାନ ମାରାଣ୍ଡିଙ୍କ ମୃତ୍ୟୁ ଘଟିଥିଲା। ଆହତମାନେ ହେଲେ ଯମୁନା ହେମ୍ବ୍ରମ (୩୫), ଚମ୍ପା ହାଁସଦାଃ (୪୦), ସିଙ୍ଗରାୟ ସୋରେନ (୩୫), ସିଧ ହାଁସଦାଃ (୯), ସୁନ୍ଦର ମାର୍ଣ୍ଡୀ (୮), ଲକ୍ଷ୍ମୀ ମାର୍ଣ୍ଡୀ (୧୮), ବାଘରାୟ ମାର୍ଣ୍ଡୀ (୨୦), ଫାଗୁ ଟୁଡୁ (୧୧) ଓ ସୁନାରାମ ସୋରେନ (୧୦) ା ଦୁର୍ଘଟଣାଗ୍ରସ୍ତ ଅଟୋ ଓ ଟ୍ରକ୍‌କୁ ଜବତ କରାଯାଇଥିବା ବାଙ୍ଗିରିପୋଷି ଥାନା ଅଧିକାରୀ ଦୟାନିଧି ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri