ମଧ୍ୟାହ୍ନଭୋଜନ ଚାଉଳ ଆଣିବାକୁ ଯିବା ବେଳେ ଦୁର୍ଘଟଣା: ଅଟୋକୁ ପିଟିଲା ଟ୍ରକ୍ ‌- ୩ ମୃତ,୯ଗୁରୁତର

ବାରିପଦା ଅଫିସ/ବାଙ୍ଗିରିପୋଷି,୧୭ା୯(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ା ମଧ୍ୟାହ୍ନଭୋଜନ ଚାଉଳ ଆଣିବାକୁ ଯାଉଥିବା ଅଟୋକୁ ପଛପଟୁ ଏକ ଟ୍ରକ ଧକ୍କା ଦେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ସ୍କୁଲ ଛାତ୍ର ଓ ଅନ୍ୟ ୨ ଜଣ ଅଭିଭାବକ ଥିବା ସୂଚନା ମିଳିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ଏ ସଂକ୍ରାନ୍ତରେ ବାଙ୍ଗରିପୋଷି ପୋଲିସ ଏକ ମାମଲା(ନଂ.୧୩୪/୨୦) ରୁଜୁ କରି ତଦନ୍ତ ଜାରି ରଖିଛି। ମୃତକମାନେ ହେଲେ ବିଶୋଇ ଥାନା ଅଧୀନ ଦୁପଟା ଗ୍ରାମର ମାନସ ମାରାଣ୍ଡି (୪୦), ଫାଗୁ ହେମ୍ବ୍ରମ(୧୪) ଓ ମାନ ମାରାଣ୍ଡି(୪୫) ା
ସୂଚନା ଅନୁଯାୟୀ, ମଧ୍ୟାହ୍ନଭୋଜନ ଚାଉଳ ଆଣିବାକୁ ବିଶୋଇ ଥାନା ଅନ୍ତର୍ଗତ ଦୁପଟା ଗ୍ରାମରୁ ଶୁଳିଆପଦା ନିକଟସ୍ଥ ବଣକାଟୀରେ ଥିବା ଆଶ୍ରମ ସ୍କୁଲ ଅଭିମୁଖେ ଏକ ଅଟୋ(ଓଡି୧୧କ୍ୟୁ-୩୧୬୫)ରେ ଚାଳକ ସମେତ ୧୨ ଜଣ ଯାଉଥିଲେ। ସେମାନଙ୍କ ମଧ୍ୟରେ ୪ ମହିଳା, ୩ ପୁରୁଷ ଓ ୫ ଜଣ ପିଲା ଥିଲେ। ଅଟୋଟି ଘାଟିରୁ ତଳକୁ ଓହ୍ଲାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ମାଲ୍‌ ବୋଝେଇ ଟ୍ରକ୍‌ (ଡବ୍ଲୁବି୨୩ଇ-୦୭୩୫) ପଛପଟୁ ଧକ୍କା ଦେବା ସହ ଅଟୋକୁ ଘୋଷାଡ଼ି ନେଇ ରାସ୍ତା ପାର୍ଶ୍ୱରେ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଅଭିଭାବକ ମାନସ ମାରାଣ୍ଡି ଓ ଛାତ୍ର ଫାଗୁ ହେମ୍ବ୍ରମଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ପ୍ରଥମେ ବାଙ୍ଗରିପୋଷି ଡାକ୍ତରଖାନା ଓ ପରେ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ମାନ ମାରାଣ୍ଡିଙ୍କ ମୃତ୍ୟୁ ଘଟିଥିଲା। ଆହତମାନେ ହେଲେ ଯମୁନା ହେମ୍ବ୍ରମ (୩୫), ଚମ୍ପା ହାଁସଦାଃ (୪୦), ସିଙ୍ଗରାୟ ସୋରେନ (୩୫), ସିଧ ହାଁସଦାଃ (୯), ସୁନ୍ଦର ମାର୍ଣ୍ଡୀ (୮), ଲକ୍ଷ୍ମୀ ମାର୍ଣ୍ଡୀ (୧୮), ବାଘରାୟ ମାର୍ଣ୍ଡୀ (୨୦), ଫାଗୁ ଟୁଡୁ (୧୧) ଓ ସୁନାରାମ ସୋରେନ (୧୦) ା ଦୁର୍ଘଟଣାଗ୍ରସ୍ତ ଅଟୋ ଓ ଟ୍ରକ୍‌କୁ ଜବତ କରାଯାଇଥିବା ବାଙ୍ଗିରିପୋଷି ଥାନା ଅଧିକାରୀ ଦୟାନିଧି ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରାର୍ଥୀ ଚୟନକୁ ନେଇ ଛିଡୁନି ଅଙ୍କ

ବାଙ୍ଗିରିପୋଷି,୧୭ା୪(ସଞ୍ଜୟ କୁମାର ଅଗ୍ରୱାଲା):ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ୩୦...

କେନ୍ଦ୍ରମନ୍ତ୍ରୀଙ୍କୁ ଟିକେଟ୍‌ ଦେଲାନି ଭାଜପା: ପଛରେ ରହିଛି ଏଭଳି କାରଣ

ବାରିପଦା,୧୭ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବିବାଦୀୟ ମନ୍ତବ୍ୟ, ଅଶୋଭନୀୟ ଆଚରଣ ସମେତ କାର୍ଯ୍ୟଦକ୍ଷତାର ମାପକାଠିକୁ ଆଧାରକରି ଭାଜପା ଚଳିତ ନିର୍ବାଚନରେ କେତେଜଣ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରାର୍ଥୀ ତାଲିକାରୁ...

ପ୍ରଭାସଙ୍କ ଉପରେ ପୁଣି ଆସ୍ଥାପ୍ରକଟ କଲା କଂଗ୍ରେସ: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ମୋରଡା,୧୫।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକ ମାତ୍ର ଅଣସଂରକ୍ଷିତ ମୋରଡା ନିର୍ବାଚନମଣ୍ଡଳୀ ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି l ପୂର୍ବରୁ ବିଜୁ ଜନତା...

ପଣା ସଂକ୍ରାନ୍ତିରେ ଜଗତେଶ୍ୱର-ମା’ ପାର୍ବତୀଙ୍କ ବିବାହ

ମୋରଡା,୧୪।୪(ସ୍ମାରକ ମାଜୀ)- ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ କୋହି ଗ୍ରାମରେ ବାବା ଜଗତେଶ୍ୱରଙ୍କ ପ୍ରସିଦ୍ଧ ଝାମୁ ଯାତ୍ରା...

ଯାହାଙ୍କ ନାଁରେ ଅଭିଯୋଗ ତାଙ୍କୁ ତଦନ୍ତ ଦାୟିତ୍ୱ

ବାରିପଦା,୧୪ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବାରିପଦା ଉପ ନିବନ୍ଧ ଡିଭିଜନର ଲ୍ୟାମ୍ପ୍‌ସରେ କାର୍ଯ୍ୟରତ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ଏମ୍‌ଡି)ମାନଙ୍କ ପଦୋନ୍ନତିରେ ବ୍ୟାପକ...

ହାତୀ ଉପରେ ନଜର ରଖୁନି ବନ ବିଭାଗ: ଛୁଆହାତୀର ମୃତ୍ୟୁ

ମୋରଡ଼ା,୧୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜରେ ବର୍ଷ ତମାମ ହାତୀ ଉପଦ୍ରବ ଜାରି ରହିଥିବା ବେଳେ ବନ ବିଭାଗ ମଧ୍ୟ ହାତୀ ଉପରେ ସଠିକ୍‌...

ସୁଯୋଗ ଅପେକ୍ଷାରେ କଂଗ୍ରେସ

ବାରିପଦା,୧୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)୨୦୨୪ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ରାଜନୀତି ସେତେ ସରଗରମ ହେବାରେ ଲାଗିଛି। ଦୁଇ ପ୍ରମୁଖ ରାଜନୈତିକ ଦଳ...

ଜେଏମ୍‌ଏମ୍‌ରେ ସାମିଲ ହେଲେ କୃଷ୍ଣଚନ୍ଦ୍ର

ମୋରଡ଼ା,୧୦ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ବୁଧବାର ବିଧିବଦ୍ଧ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ମିଶିଛନ୍ତି l ଆଜି ରାଇରଙ୍ଗପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri