ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା ଅନ୍ତର୍ଗତ ଫଟାମୁଣ୍ଡI ଗ୍ରାମର ଭବାନୀ ଶଙ୍କର ସା (୩୪)।

ସୂଚନାନୁସାରେ, ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ଭବାନୀ ଶଙ୍କର ସା ଶନିବାର ରାତିରେ ବାଇକ୍‌ ଯୋଗେ ପାଟ୍ରେଲିଂ ପାଇଁ ଯାଉଥିବା ବେଳେ ବକଟପୁର ନିକଟରେ ଭାରସାମ୍ୟ ହରାଇ ତଳେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ଆମ୍ବୁଲାନ୍ସ ଡକାଇ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ଡାକ୍ତରଖାନାରେ ଚିକିତ୍ସା ପରେ ଡାକ୍ତର ଭବାନୀଙ୍କୁ ମୃତ ଘୋଷଣା କରିଥିଲେ ଏବଂ ବିଶ୍ୱନାଥପୁର ଥାନା ପୋଲିସକୁ ଖବର ଦେଇଥିଲେ।

ଖବରପାଇ ବିଶ୍ୱନାଥପୁର ଥାନାଧିକାରୀ କଳ୍ପନା ବେହେରା ଡାକ୍ତରଖାନାରେ ପହଞ୍ଚି ମୃତଦେହ ଦେଖିଲା ପରେ ବିଶ୍ୱନାଥପୁର ଥାନାର କନଷ୍ଟେବଳ ବୋଲି ଚିହ୍ନଟ କରିଥିଲେ ଏବଂ ମୃତଦେହ ବ୍ୟବଚ୍ଛେଦ ପାଇଁ ଲାଞ୍ଜିଗଡ଼ ପଠାଇଥିଲେ। ଶନିବାର ରାତି ହୋଇଯାଇଥିବାରୁ ବ୍ୟବଚ୍ଛେଦ ହୋଇପାରିଲା ନାହିଁ। ତେବେ ରବିବାର ବ୍ୟବଚ୍ଛେଦ ପରେ ମୃତଦେହ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି।

ଏନେଇ ବିଶ୍ୱନାଥପୁର ଥାନାଧିକାରୀ କଳ୍ପନା ବେହେରାଙ୍କୁ ପଚାରିବାରୁ ସେ ଆମ ଥାନାର କନଷ୍ଟେବଳ ଅଟନ୍ତି। ସେ ପୁରୀରୁ ରଥଯାତ୍ରା ଡିଉଟି ସାରି ଫେରିଥିଲେ। ଶନିବାର ରାତିରେ ବାଇକ୍‌ ପାଟ୍ରୋଲିଂ ପାଇଁ ଯିବାବେଳେ ଦୁର୍ଘଟଣା ହୋଇଥିଲା। ଡାକ୍ତରଖାନାରୁ ଖବର ଆସିଲା ପରେ ମୁଁ ଯାଇ ଚିହ୍ନଟ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଲାଞ୍ଜିଗଡ଼ ପଠାଇଥିଲି I ଏ ନେଇ ବିଶ୍ୱନାଥପୁର ଥାନା କେସ୍‌ ନଂ ୬୨/୨୬ ରେ ଏକ ମାମଲା ରୁଜୁ କରି ତଦନ୍ତ କରୁଥିବା ବେଳେ ରବିବାର ସକାଳେ କେସିଙ୍ଗା ଏସ୍‌ଡ଼ିପିଓ ସନ୍ଦୀପ ମାଝୀ, ଲାଞ୍ଜିଗଡ ଥାନାଧିକାରୀ ଯଶବନ୍ତ ହିଆଲ ଏବଂ ମୁଁ ଉପସ୍ଥିତ ରହି ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ମହାଶକ୍ତିଶାଳୀ ବୁଧାଦିତ୍ୟ ରାଜଯୋଗ: ଆଜିଠୁ ୫ ରାଶିଙ୍କ ଗୋଲଡେନ୍‌ ସମୟ ଆରମ୍ଭ, ଲାଗିବ ଲଟେରୀ, ଟଙ୍କାରେ ଶୋଇବେ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସକାଳ ୭ଟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?