ଗଣେଶ ମୂର୍ତ୍ତି ବିସର୍ଜନ କରି ଫେରିବା ବେଳେ ଅଘଟଣ: ଅଟୋ ଓଲଟି ୩ ଗୁରୁତର, ୭ ଆହତ

ଗଞ୍ଜାମ,୯।୯(ଡି.ଏନ୍‌.ଏ.): ଗଣେଶ ମୂର୍ତ୍ତି ବିସର୍ଜନ କରି ଫେରୁଥିବା ବେଳେ ଅଘଟଣ। ଅଟୋ ଓଲଟି ପଡ଼ିବାରୁ ସାତ ଜଣ ଆହତ ହୋଇଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି l ଆହତମାନେ ହେଲେ ଖଲିକୋଟ ଥାନା ବିକ୍ରମପୁର ଗ୍ରାମର ଅଶୋକ ପହାନ, କୃଷ୍ଣ ବାରିକ, ଗୋପାଳ ବାରିକ, ଲିପୁ ପହାନ, ଅରୁଣ ପରିଡା, ଗୋପାଳ ପରିଡା, ଚନ୍ଦନ ବେହେରା l ଏହାଛଡ଼ା ତିନି ଜଣ ଗୋପାଳ ବାରିକ, ଲିପୁ ପହାନ ଓ ଅରୁଣ ପରିଡା ଗୁରୁତର ଥିବା ଗଞ୍ଜାମ ସ୍ବାସ୍ଥ୍ୟ କେନ୍ଦ୍ର ଆୟୁଷ ଡାକ୍ତର ବନଜକାନ୍ତ କର ସୂଚନା ଦେଇଛନ୍ତି l ଅଧିକ ଚିକିତ୍ସା ଲାଗି ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ନିଆଯାଇଛି।

ସୂଚନାନୁଯାୟୀ, ଗଞ୍ଜାମ ଜିଲା ଖଲିକୋଟ ଥାନା ବିକ୍ରମପୁର ଗ୍ରାମର ୧୧ ଜଣ ଯୁବକ ଶୁକ୍ରବାର ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଏକ ଡାଲା ଅଟୋରେ ଯାଇଥିଲେ। ସେମାନେ ବିସର୍ଜନ କରି ଗ୍ରାମକୁ ଫେରିବାବେଳେ ନୀଳାଦ୍ରିପୁର ଗ୍ରାମକୁ ଯିବା ବୁଲାଣିଆ ରାସ୍ତାରେ ଅଟୋଟି ଏକ ବିଲକୁ ଓଲଟି ପଡିଥିଲା l ଏଥିରେ ୭ ଆହତ ଏବଂ ୩ଜଣ ଗୁରୁତର ହୋଇଥିଲେ। ତେବେ ଆହତମାନେ ସମସ୍ତେ ଛାତ୍ର ବୋଲି ଜଣାପଡିଛି l


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri