ଢେଙ୍କାନାଳ ,୧୬।୧(ରତନ ନାୟାର): ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଘାଟି ରାସ୍ତା ୧୦ ନମ୍ବର ବାଙ୍କରେ ଶୁକ୍ରବାର ଅପରାହ୍ନରେ ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡିଛି। ଏହି ଦୁର୍ଘଟଣାରେ କାର୍ରେ ଥିବା ୬ ଜଣ ଗୁରୁତର ହୋଇଛନ୍ତି । ଆହତମାନଙ୍କୁ ପ୍ରଥମେ ଦେଓଁଗାଁ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ଅନୁଗୋଳ ଜିଲା ବଅଁରପାଳ ଅଞ୍ଚଳ କିଛି ଲୋକ କାର୍ ଯୋଗେ କପିଳାସ ଯାଇ ଦର୍ଶନ ସାରି ଫେରିବା ବେଳେ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି ।