ଭଉଣୀ ଘରୁ ଫେରିବା ବେଳେ ଦୁର୍ଘଟଣା: ଚାଲିଗଲା ଭାଇଙ୍କ ଜୀବନ

ନବରଙ୍ଗପୁର ୨୧।୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଥାନା ଅଧୀନ ର୍ଟିଲି ଆମ୍ବଗୁଡା ଛକ ନିକଟରେ ଗୁରୁବାର ସକାଳେ ଓ ସନ୍ଧ୍ୟାରେ ୨ଟି ଦୁର୍ଘଟଣା ଘଟିଛି। ସନ୍ଧ୍ୟାରେ ଘଟିଥିବା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୋଷାଗୁମୁଡା ବ୍ଲକ କେ.ସେମଲା ପଞ୍ଚାୟତ କଣ୍ଟାସରୁଗୁଡା ଗ୍ରାମର ଦେବ ଭତ୍ରା।
ସୂଚନାନୁଯାୟୀ, ଦେବଙ୍କ ଝିଅ ନବରଙ୍ଗପୁର ବ୍ଲକ ବିକ୍ରମପୁର ସ୍କୁଲରେ ରହି ପଢ଼ନ୍ତି। ଗୁରୁବାର ସକାଳେ ଦେବ ଝିଅଙ୍କୁ ସ୍କୁଲରେ ଛାଡ଼ିବା ପାଇଁ ବିକ୍ରମପୁରକୁ ଆସିଥିଲେ। ସେ ଝିଅକୁ ସ୍କୁଲରେ ଛାଡିବା ପରେ ବେହେରାଗୁଡ଼ା ଗ୍ରାମରେ ରହୁଥିବା ଭଉଣୀ ଘରକୁ ଯାଇଥିଲେ। ସେଠାରୁ ଗାଁକୁ ଫେରିବାବେଳେ ସେ ଦୁର୍ଘଟଣାର ଶିକାର ହୋଇଥିଲେ। ତେବେ ଦୁର୍ଘଟଣା କିପରି ଘଟିଲା ତାହା ଜଣାପଡିନାହିଁ। ଘଟଣାସ୍ଥଳରେ ନବରଙ୍ଗପୁର ଥାନା ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।
ସେହିପରି ଗୁରୁବାର ସକାଳୁ ର୍ଟିଲି ଆମ୍ବଗୁଡା ଛକ ନିକଟରେ ଗୋଟିଏ ଗାଡି ଓ ବାଇକ୍‌ ଧକ୍କା ହୋଇଥିଲା। ଏଥିରେ ବାଇକ୍‌ରେ ଥିବା କୋଷାଗମୁଡ଼ା ବ୍ଲକ ଆଟିଗାଁ ଗ୍ରାମର କେଶବ ମାଳି ଓ କର୍ଣ୍ଣ ଭତ୍ରା ଗୁରୁତର ହୋଇଛନ୍ତି। ଆହତ ୨ ଜଣଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri