ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ -୫୯୫୭)କୁ ଯାତ୍ରୀବାହୀ ଅଟୋ ଧକ୍କା ଦେଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ନରସିଂହଗଡ଼ ଗ୍ରାମର ଦିଲ୍ଲୀ ନାଇକ(୪୦) ଏବଂ ତାଙ୍କ ସ୍ତ୍ରୀ ମିନତୀ ନାଇକ(୩୫) ଗୁରୁତର ଆହାତ ହୋଇଛନ୍ତି। ଅଟୋ ଓଲଟି ପଡ଼ିବାରୁ ପୋଡ଼ାମାରି ଗ୍ରାମ ନିକଟ ମା’ ବେହେରାପାତ୍ର ମନ୍ଦିରରେ ଦର୍ଶନ ସାରି ଅଟୋ (ନଂ.ଓଆର ୦୭ ଏକ୍ସ – ୩୨୬୧) ଯୋଗେ ଫେରୁଥିବା ଏସ୍‌.ଗୋପାଳପୁର ଗ୍ରାମର ଅଭିମନ୍ୟୁ ମଳିକ(୫୧), ନାରାୟଣ ମଳିକ(୪୮), ସରସ୍ବତୀ ମଳିକ (୩୮), ଅରୁନ୍ଧତୀ ମଳିକ (୪୨),ତୁଳା ମଳିକ (୫୮),ବିଷ୍ଣୁ ମଳିକ (୪୬) ଏବଂ ଅଟୋ ଚାଳକ ସଞ୍ଜୟ ସେଠୀ(୨୫) ଆହତ ହୋଇଥିଲେ।

ସମସ୍ତ ଆହତଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଦିଲ୍ଲୀ ଓ ଜୟନ୍ତୀଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏନେଇ ପାଟପୁର ଥାନାରେ ଏତଲା ହେବା ପରେ କେସ୍‌ ନଂ.୧୮୭/୨୬ ଅନୁଯାୟୀ ମାମଲା ରୁଜୁ କରାଯାଇଥିବା ଥାନା ଏଏସ୍‌ଆଇ ସୁଧୀର ନାୟକ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି…

ବିଶ୍ୱ ହସ୍ତୀ ଦିବସ, ହାତୀଙ୍କ ସୁରକ୍ଷିତ ବାସସ୍ଥଳୀ ପାଲଟିଛି ଘୁମୁସର ଉତ୍ତର ବନଖଣ୍ଡ

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରରେ ଟାଟା ପାୱାର, ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ସ୍ନେହା’ ଏବଂ ବନ ବିଭାଗର ମିଳିତ ଆନୁକୂଲ୍ୟରେ ବୁଧବାର ବିଶ୍ୱ ହସ୍ତୀ ଦିବସ ପାଳିତ…

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି…

ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri