ସ୍କୁଲ ଛୁଟି ପରେ ଘରକୁ ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା, ୫ ଛାତ୍ରୀଛାତ୍ରଙ୍କ ସମେତ ୧୦ ଆହତ

ଛତ୍ରପୁର,୨୩।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ଉଜଳେଶରୀ ମନ୍ଦିର ଜାତୀୟ ରାଜପଥ ନିକଟରେ ବୁଧବାର ଏକ ଦୁର୍ଘଟଣା ହୋଇଛି। ସ୍କୁଲ ଖରା ଛୁଟି ହୋଇଯିବା ପରେ ଏକ ବୋଲେରୋ ଗାଡି ଓଡି ୦୨ଟି ୩୯୯୦ ଯୋଗେ ନିଜ ଘରକୁ ଫେରୁଥିବା କେତେଜଣ ଛାତ୍ରୀଛାତ୍ରଙ୍କ ସମେତ ଅଭିଭାବକଙ୍କୁ ନେଇ ଆସୁଥିବା ଗାଡିଟି ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଛି। ଗାଡିଟି ରାସ୍ତାର ତଳକୁ ଖସି ଓଲଟି ପଡିଛି। ଏଥିରେ ଚାଳକ ସମେତ
୧୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ଜଣ ଛାତ୍ରୀଛାତ୍ର ରହିଥିବା ବେଳେ ଅନ୍ୟ ୫ ଜଣ ଅଭିଭାବକ ଅଛନ୍ତି। ଏମାନେ ସମସ୍ତେ ଭୁବନେଶ୍ୱରରୁ ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ନିଜ ଗ୍ରାମ ଚନ୍ଦ୍ରଗିରିକୁ ଏକ ବୋଲେରୋ ଗାଡିରେ ଫେରୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା। ସ୍ଥାନୀୟ ଜନସାଧାରଣ ଓ ପୋଲିସ ସହାୟତାରେ ଆହତ ମାନଙ୍କୁ ଉଦ୍ଧାର କରି ଛତ୍ରପୁର ମେଡିକାଲକୁ ଅଣାଯାଇଥିଲା। ଗାଡିଟି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୧୦ ଜଣ। ଘଟଣା ସ୍ଥଳରେ ଛତ୍ରପୁର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ଆହତ ଛାତ୍ରୀଛାତ୍ର ହେଲେ ଲିଜା ଶବର, ରୁପାଲୀ ଶବର, ବର୍ଷା ରାଣୀ ଶବର ଓ ଲକ୍ଷ୍ମୀ ଶବର। ଅଭିଭାବକ ମଦନ ଦଳ ବେହେରା, ଦେବରାଜ ଶବର, ମନୁ ଶବର, ସନ୍ୟାସୀ ଶବର ଓ ଗାଡି ଚାଳକ କଳା କୃଷ୍ଣ ମହାପାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?