ଦୁର୍ଘଟଣା: ସ୍ତ୍ରୀ ମୃତ, ସ୍ବାମୀ ଆହତ

ଝାରସୁଗୁଡ଼ା ଅଫିସ,୨୮ା୧: ବଡମାଲ ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସ୍‌ ଓ୍ବେର ସାପଡା ନିକଟରେ ଏକ ଅଜଣା ଗାଡି ବାଇକ୍‌କୁ ଧକ୍କାଦେଇ ଫେରାର୍‌ ହୋଇଯାଇଛି। ଏଥିରେ ବାଇକ୍‌ରେ ଥିବା ସ୍ତ୍ରୀ ମୃତବରଣ କରିଥିବାବେଳେ ସ୍ବାମୀ ଆହତ ହୋଇ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ମୃତା ମହିଳା ହେଲେ ସମ୍ବଲପୁର ମାନେଶ୍ୱରର କାଟ୍ରିନା ଜେନା(୫୨) ଓ ଆହତ ପୁରୁଷ ଜଣଙ୍କ ମନରଞ୍ଜନ ଜେନା(୬୮)। ପୋଲିସ୍‌ ମୃତଦେହ ଜବତକରି ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ମହିଳାଙ୍କ ପୁତୁରା ମାନସ ରଞ୍ଜନ ଆଚାର୍ଯ୍ୟଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ୍‌ ବଡମାଲ ଥାନା କେସ ନଂ୨୬/୨୩ରେ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଛି । ସୂଚନାଯୋଗ୍ୟ ଓଡି୧୫ ଏଚ୍‌ ୦୬୮୮ନମ୍ବର ବାଇକ୍‌ରେ ଦମ୍ପତି ନିଜ ସମ୍ପର୍କୀୟ କୁତାବଗା ଗ୍ରାମକୁ ଆସି ମାନେଶ୍ୱରକୁ ଫେରୁଥିଲେ। ଏହି ସମୟରେ ଏକ ଅଜଣା ଗାଡି ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକ୍‌ ପଛରେ ବସିଥିବା ମହିଳାଙ୍କ ମୁଣ୍ଡରେ ଗାଡି ମାଡିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri