ଦୁର୍ଘଟଣାରେ ମୃତ୍ୟୁକୁ ନେଇ ଉତ୍ତେଜନା

ବାଲିଗୁଡ଼ା,୯ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଏକ ସିରିଜ ଦୁର୍ଘଟଣା ଘଟିଥିଲା। ଜଣେ ନିଶାସକ୍ତ ଯୁବକ ମୋଟରସାଇକେଲ ଦ୍ବାରା ସିରିଜ୍‌ ଦୁର୍ଘଟଣା ଘଟାଇଥିଲେ। ଫଳରେ ପାଞ୍ଚ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ଜଣକ ବାଲିଗୁଡ଼ା ସୁନାପାଙ୍ଗା ସାହିର ସୀମାଞ୍ଚଳ ସାହୁ। ଶୁକ୍ରବାର ସନ୍ଧ୍ୟାରେ ସୀମାଞ୍ଚଳ ତାଙ୍କର ଜଣେ ସାଙ୍ଗଙ୍କ ସହ ରେଭିନ୍ୟୁ ବଙ୍ଗଳା ନିକଟସ୍ଥ ରାସ୍ତାକଡ଼ରେ ଥିବା ଏକ ଜଳଖିଆ ଦୋକାନ ସାମ୍ନାରେ ଜଳଖିଆ ଖାଉଥିବା ସମୟରେ ଦ୍ରୁତଗତିରେ ଆସି ମୋଟରସାଇକେଲ ଧକ୍କା ଦେଇଥିଲା ସୀମାଞ୍ଚଳଙ୍କୁ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ବାଲିଗୁଡ଼ା ସହର ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ ବହୁ ଉଠାଦୋକାନୀ ଆଡ୍ଡା ଜମାଇଥିବା ବେଳେ ସହର ମଧ୍ୟରେ ଯୁବକମାନେ ଅଧିକାଂଶ ସମୟରେ ନିଶାସକ୍ତ ଅବସ୍ଥାରେ ଦ୍ରୁତଗତିରେ ଗାଡ଼ି ଚଳାଉଥିବାରୁ ବାରମ୍ବାର ଦୁର୍ଘଟଣା ଘଟୁଥିବା ନଜିର ରହିଛି। ଏଥିପ୍ରତି ପୋଲିସ ଓ ପ୍ରଶାସନ ଗୁରୁତ୍ୱ ଦେବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଅଞ୍ଚଳବାସୀ ସ୍ଥାନୀୟ ଗାନ୍ଧୀଛକଠାରେ ଶନିବାର ରାସ୍ତା ଅବରୋଧ କରିଥିଲେ। ବାଲିଗୁଡ଼ା ଏନ୍‌ଏସି ଓ ପ୍ରଶାସନର ହସ୍ତକ୍ଷେପ ପରେ ରାସ୍ତାରୋକୋ ହଟିଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ସହ ସହରର ରାସ୍ତାକଡ଼ରୁ ଉଠାଦୋକାନ ଉଚ୍ଛେଦ,ମଦ୍ୟପ ଚାଳକ ଓ ଦ୍ରୁତଗତିରେ ଗାଡ଼ି ଚଳାଉଥିବା ଚାଳକଙ୍କୁ ଧରିବା ଓ କାର୍ଯ୍ୟାନୁଷ୍ଠାନ ନେବା ଦାବିରେ ଦୀର୍ଘ ୪ ଘଣ୍ଟା ଧରି ୫୯ ନଂ ଜାତୀୟ ରାଜପଥ ବାଲିଗୁଡ଼ା ଗାନ୍ଧୀଛକରେ ମୃତକଙ୍କ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ ଉତ୍ତ୍ୟକ୍ତ ଲୋକେ। ଘଟଣାସ୍ଥଳରେ ବାଲିଗୁଡ଼ା ଥାନାଧିକାରୀ ସୁଶାନ୍ତ କୁମାର ସାହୁ, ପ୍ରଶାସନିକ ଅଧିକାରୀଙ୍କ ସମେତ ଏମ୍‌ପି ପ୍ରତିନିଧି ଟୁନା ଦାସ ଓ ବିଧାୟକ ପ୍ରତିନିଧି ଅବନୀକାନ୍ତ ନାୟକ ପ୍ରମୁଖ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରି ମୃତକଙ୍କ ପରିବାରକୁ ଥଇନାନ କରାଇବା ପାଇଁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା। ଦୀର୍ଘ ୪ଘଣ୍ଟା ଧରି ରାସ୍ତା ବନ୍ଦ ରହିବା ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri