ଦୁର୍ଘଟଣାରେ ମୃତ୍ୟୁକୁ ନେଇ ଉତ୍ତେଜନା

ବାଲିଗୁଡ଼ା,୯ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଏକ ସିରିଜ ଦୁର୍ଘଟଣା ଘଟିଥିଲା। ଜଣେ ନିଶାସକ୍ତ ଯୁବକ ମୋଟରସାଇକେଲ ଦ୍ବାରା ସିରିଜ୍‌ ଦୁର୍ଘଟଣା ଘଟାଇଥିଲେ। ଫଳରେ ପାଞ୍ଚ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ଜଣକ ବାଲିଗୁଡ଼ା ସୁନାପାଙ୍ଗା ସାହିର ସୀମାଞ୍ଚଳ ସାହୁ। ଶୁକ୍ରବାର ସନ୍ଧ୍ୟାରେ ସୀମାଞ୍ଚଳ ତାଙ୍କର ଜଣେ ସାଙ୍ଗଙ୍କ ସହ ରେଭିନ୍ୟୁ ବଙ୍ଗଳା ନିକଟସ୍ଥ ରାସ୍ତାକଡ଼ରେ ଥିବା ଏକ ଜଳଖିଆ ଦୋକାନ ସାମ୍ନାରେ ଜଳଖିଆ ଖାଉଥିବା ସମୟରେ ଦ୍ରୁତଗତିରେ ଆସି ମୋଟରସାଇକେଲ ଧକ୍କା ଦେଇଥିଲା ସୀମାଞ୍ଚଳଙ୍କୁ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ବାଲିଗୁଡ଼ା ସହର ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ ବହୁ ଉଠାଦୋକାନୀ ଆଡ୍ଡା ଜମାଇଥିବା ବେଳେ ସହର ମଧ୍ୟରେ ଯୁବକମାନେ ଅଧିକାଂଶ ସମୟରେ ନିଶାସକ୍ତ ଅବସ୍ଥାରେ ଦ୍ରୁତଗତିରେ ଗାଡ଼ି ଚଳାଉଥିବାରୁ ବାରମ୍ବାର ଦୁର୍ଘଟଣା ଘଟୁଥିବା ନଜିର ରହିଛି। ଏଥିପ୍ରତି ପୋଲିସ ଓ ପ୍ରଶାସନ ଗୁରୁତ୍ୱ ଦେବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଅଞ୍ଚଳବାସୀ ସ୍ଥାନୀୟ ଗାନ୍ଧୀଛକଠାରେ ଶନିବାର ରାସ୍ତା ଅବରୋଧ କରିଥିଲେ। ବାଲିଗୁଡ଼ା ଏନ୍‌ଏସି ଓ ପ୍ରଶାସନର ହସ୍ତକ୍ଷେପ ପରେ ରାସ୍ତାରୋକୋ ହଟିଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ସହ ସହରର ରାସ୍ତାକଡ଼ରୁ ଉଠାଦୋକାନ ଉଚ୍ଛେଦ,ମଦ୍ୟପ ଚାଳକ ଓ ଦ୍ରୁତଗତିରେ ଗାଡ଼ି ଚଳାଉଥିବା ଚାଳକଙ୍କୁ ଧରିବା ଓ କାର୍ଯ୍ୟାନୁଷ୍ଠାନ ନେବା ଦାବିରେ ଦୀର୍ଘ ୪ ଘଣ୍ଟା ଧରି ୫୯ ନଂ ଜାତୀୟ ରାଜପଥ ବାଲିଗୁଡ଼ା ଗାନ୍ଧୀଛକରେ ମୃତକଙ୍କ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ ଉତ୍ତ୍ୟକ୍ତ ଲୋକେ। ଘଟଣାସ୍ଥଳରେ ବାଲିଗୁଡ଼ା ଥାନାଧିକାରୀ ସୁଶାନ୍ତ କୁମାର ସାହୁ, ପ୍ରଶାସନିକ ଅଧିକାରୀଙ୍କ ସମେତ ଏମ୍‌ପି ପ୍ରତିନିଧି ଟୁନା ଦାସ ଓ ବିଧାୟକ ପ୍ରତିନିଧି ଅବନୀକାନ୍ତ ନାୟକ ପ୍ରମୁଖ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରି ମୃତକଙ୍କ ପରିବାରକୁ ଥଇନାନ କରାଇବା ପାଇଁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା। ଦୀର୍ଘ ୪ଘଣ୍ଟା ଧରି ରାସ୍ତା ବନ୍ଦ ରହିବା ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?