ମଦ ପାଇଁ ଦୁର୍ଘଟଣା ମୃତ୍ୟୁହାର ସର୍ବାଧିକ

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଭଞ୍ଜନଗର ଆମ ପୋଲିସ ସମିତି ପକ୍ଷରୁ ବଡକୋଦଣ୍ଡା ହାଇସ୍କୁଲ ପରିସରରେ ସୋମବାର ସଭା ହୋଇଥିଲା। ଏଥିରେ ଭଞ୍ଜନଗର ଆଞ୍ଚଳିକ ପରିବହନ ବିଭାଗର ଏମ୍‌ଭିଆଇ ଭାଗୀରଥି ନାୟକ ଏବଂ ଭଞ୍ଜନଗର ଥାନା ଅଧିକାରୀ ଧୀରେଶ ଦାସ ଯୋଗଦେଇ ଅନ୍ୟ ଜିଲା ଅପେକ୍ଷା ଗଞ୍ଜାମ ଜିଲାରେ ଦୁର୍ଘଟଣାଜନିତ ମୃତ୍ୟୁହାର ସର୍ବାଧିକ ବୋଲି କହିଥିଲେ। ବିଶେଷକରି ମଦପିଇ ଗାଡି ଚଳାଇବା ଦୁର୍ଘଟଣାର ମୁଖ୍ୟ କାରଣ। ସେହିପରି ଦ୍ରୁତ ଗତିରେ ଗାଡ଼ି ଚଲାଇବା, ଟ୍ରାଫିକ ନିୟମ ନ ମାନିବା ଓ ନାବାଳକମାନେ ଗାଡି ଚଲାଉଥିବାରୁ ଜିଲାରେ ଦୁର୍ଘଟଣା ବଢ଼ିବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଏଥିପ୍ରତି ଲୋକେ ଅଧିକରୁ ଅଧିକ ସଚେତନ ହେବା ଆବଶ୍ୟକ ବୋଲି ଉଭୟ ଅଧିକାରୀ କହିଥିଲେ।
ସେହିପରି ଗଞ୍ଜାମ ପୋଲିସ ଜିଲା ଅନ୍ତର୍ଗତ ଭଞ୍ଜନଗର ଥାନାରେ ୨୦୧୪ରୁ ବର୍ତ୍ତମାନ ସୁଦ୍ଧା ୧୯ଜଣ ନାବାଳିକା ଅପହରଣ ନେଇ ମାମଲା ରୁଜୁ ହୋଇଛି। ଯାହାକି ଜିଲାରେ ସର୍ବାଧିକ। ନାବାଳିକା, ନାବାଳକମାନେ ଭୁଲ ବାଟରେ ନ ଯିବାକୁ ଥାନା ଅଧିକାରୀ ଦାସ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ କହିଥିଲେ।

ବୈଠକରେ ଥାନା ଅଧିକାରୀ ଦାସ ଅଧକ୍ଷତା କରିଥିଲେ। ସଭ୍ୟ ତଥା ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତିବାସ ବିଶ୍ୱାଳ, ଡଃ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ଅନ୍ତର୍ଯ୍ୟାମୀ ତ୍ରିପାଠୀ, ଅତିରିକ୍ତ ଥାନା ଅଧିକାରୀ ବିଦ୍ୟା ଭାରତୀ ନାୟକ, ଶିକ୍ଷକ ନେତା ଜଗବନ୍ଧୁ ଜେନା, ପ୍ରଧାନ ଶିକ୍ଷକ ସନ୍ତୋଷ ଜେନା ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଅନ୍ଧବିଶ୍ୱାସ, ଗୁଣିଗାରେଡ଼ି, ସାଇବର କ୍ରାଇମ ଉପରେ ଛାତ୍ରୀଛାତ୍ରଙ୍କୁ ସଚେତନ କରାଇଥିଲେ। ଅନୁପମ ବାନାର୍ଜୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri