ମଦ ପାଇଁ ଦୁର୍ଘଟଣା ମୃତ୍ୟୁହାର ସର୍ବାଧିକ

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଭଞ୍ଜନଗର ଆମ ପୋଲିସ ସମିତି ପକ୍ଷରୁ ବଡକୋଦଣ୍ଡା ହାଇସ୍କୁଲ ପରିସରରେ ସୋମବାର ସଭା ହୋଇଥିଲା। ଏଥିରେ ଭଞ୍ଜନଗର ଆଞ୍ଚଳିକ ପରିବହନ ବିଭାଗର ଏମ୍‌ଭିଆଇ ଭାଗୀରଥି ନାୟକ ଏବଂ ଭଞ୍ଜନଗର ଥାନା ଅଧିକାରୀ ଧୀରେଶ ଦାସ ଯୋଗଦେଇ ଅନ୍ୟ ଜିଲା ଅପେକ୍ଷା ଗଞ୍ଜାମ ଜିଲାରେ ଦୁର୍ଘଟଣାଜନିତ ମୃତ୍ୟୁହାର ସର୍ବାଧିକ ବୋଲି କହିଥିଲେ। ବିଶେଷକରି ମଦପିଇ ଗାଡି ଚଳାଇବା ଦୁର୍ଘଟଣାର ମୁଖ୍ୟ କାରଣ। ସେହିପରି ଦ୍ରୁତ ଗତିରେ ଗାଡ଼ି ଚଲାଇବା, ଟ୍ରାଫିକ ନିୟମ ନ ମାନିବା ଓ ନାବାଳକମାନେ ଗାଡି ଚଲାଉଥିବାରୁ ଜିଲାରେ ଦୁର୍ଘଟଣା ବଢ଼ିବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଏଥିପ୍ରତି ଲୋକେ ଅଧିକରୁ ଅଧିକ ସଚେତନ ହେବା ଆବଶ୍ୟକ ବୋଲି ଉଭୟ ଅଧିକାରୀ କହିଥିଲେ।
ସେହିପରି ଗଞ୍ଜାମ ପୋଲିସ ଜିଲା ଅନ୍ତର୍ଗତ ଭଞ୍ଜନଗର ଥାନାରେ ୨୦୧୪ରୁ ବର୍ତ୍ତମାନ ସୁଦ୍ଧା ୧୯ଜଣ ନାବାଳିକା ଅପହରଣ ନେଇ ମାମଲା ରୁଜୁ ହୋଇଛି। ଯାହାକି ଜିଲାରେ ସର୍ବାଧିକ। ନାବାଳିକା, ନାବାଳକମାନେ ଭୁଲ ବାଟରେ ନ ଯିବାକୁ ଥାନା ଅଧିକାରୀ ଦାସ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ କହିଥିଲେ।

ବୈଠକରେ ଥାନା ଅଧିକାରୀ ଦାସ ଅଧକ୍ଷତା କରିଥିଲେ। ସଭ୍ୟ ତଥା ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତିବାସ ବିଶ୍ୱାଳ, ଡଃ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ଅନ୍ତର୍ଯ୍ୟାମୀ ତ୍ରିପାଠୀ, ଅତିରିକ୍ତ ଥାନା ଅଧିକାରୀ ବିଦ୍ୟା ଭାରତୀ ନାୟକ, ଶିକ୍ଷକ ନେତା ଜଗବନ୍ଧୁ ଜେନା, ପ୍ରଧାନ ଶିକ୍ଷକ ସନ୍ତୋଷ ଜେନା ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଅନ୍ଧବିଶ୍ୱାସ, ଗୁଣିଗାରେଡ଼ି, ସାଇବର କ୍ରାଇମ ଉପରେ ଛାତ୍ରୀଛାତ୍ରଙ୍କୁ ସଚେତନ କରାଇଥିଲେ। ଅନୁପମ ବାନାର୍ଜୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri