ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ ବାରମ୍ବାର ଘଟୁଛି ଦୁର୍ଘଟଣା

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟରେ ଠିକାଦାରଙ୍କ ଅହେତୁକ ବିଳମ୍ବ ଯୋଗୁ ବାରମ୍ବାର ଦୁର୍ଘଟଣା ଘଟୁଛି। ପ୍ରତିବାଦରେ ମଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟରେ ଗ୍ରାମବାସୀ ଶୁକ୍ରବାର ସକାଳୁ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଆନ୍ଦୋଳନକାରୀମାନେ ରାସ୍ତାକୁ ଖୋଳି ଦେଇଥିଲେ। ବାଇକକୁ ମଧ୍ୟ ଲୋକେ ଛାଡ଼ି ନଥିଲେ। ରାସ୍ତା ଅବରୋଧ ଯୋଗୁ ବ୍ରହ୍ମପୁରଠାରୁ ଭାୟା ଦିଗପହଣ୍ଡି ଦେଇ ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ମାଲକାନାଗିରି ସମେତ ପଡ଼ୋଶୀ ମଧ୍ୟପ୍ରଦେଶ, ଛତିଶଗଡ଼କୁ ଗାଡ଼ିମୋଟର ଚଳାଚଳ ବନ୍ଦ ରହିଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ଶହଶହ ସଂଖ୍ୟାରେ ଗାଡ଼ିମୋଟର ଅଟକି ରହିଥିଲା। ଏହି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଯୋଗୁ ଗତ ୧ ବର୍ଷ ମଧ୍ୟରେ ଅନେକ ମୃତାହତ ହେଲେଣି। ପ୍ରାୟ ୧୨୦ କୋଟି ଟଙ୍କା ବ୍ୟୟରେ ୪୦ କିମି ରାସ୍ତା ନିର୍ମାଣ ନାଁରେ ଠିକାଦାର ଜଣକ ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜାଠାରୁ ଡେଙ୍ଗାଓସ୍ତା ଗ୍ରାମ ମଧ୍ୟରେ ଅନେକ ସ୍ଥାନରେ ରାସ୍ତାକୁ ଦୀର୍ଘଦିନ ହେଲା ସମ୍ପୂର୍ଣ୍ଣ ଖୋଳି ଛାଡ଼ି ଦେଇଛନ୍ତି। କିନ୍ତୁ କାମ କରୁନାହାନ୍ତି। ଫଳରେ ଲୋକେ ଯିବାଆସିବା ପାଇଁ ଘୋର ଅସୁବିଧା ଭୋଗୁଛନ୍ତି। ଉତ୍ତେଜିତ ଲୋକେ ରାସ୍ତା ଅବରୋଧ କରିଥିବା ଖବରପାଇ ଜାତୀୟ ରାଜପଥ ପ୍ରାଧିକରଣ ବିଭାଗ ଯନ୍ତ୍ରୀ ବୃନ୍ଦ, ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଗ୍ରାମବାସୀଙ୍କ ସହ ଆଲୋଚନା କରି ଖୁବ୍‌ଶୀଘ୍ର ରାସ୍ତା ନିର୍ମାଣ କାର୍ଯ୍ୟ ସାରିବାକୁ ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri