ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ ବାରମ୍ବାର ଘଟୁଛି ଦୁର୍ଘଟଣା

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟରେ ଠିକାଦାରଙ୍କ ଅହେତୁକ ବିଳମ୍ବ ଯୋଗୁ ବାରମ୍ବାର ଦୁର୍ଘଟଣା ଘଟୁଛି। ପ୍ରତିବାଦରେ ମଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟରେ ଗ୍ରାମବାସୀ ଶୁକ୍ରବାର ସକାଳୁ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଆନ୍ଦୋଳନକାରୀମାନେ ରାସ୍ତାକୁ ଖୋଳି ଦେଇଥିଲେ। ବାଇକକୁ ମଧ୍ୟ ଲୋକେ ଛାଡ଼ି ନଥିଲେ। ରାସ୍ତା ଅବରୋଧ ଯୋଗୁ ବ୍ରହ୍ମପୁରଠାରୁ ଭାୟା ଦିଗପହଣ୍ଡି ଦେଇ ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ମାଲକାନାଗିରି ସମେତ ପଡ଼ୋଶୀ ମଧ୍ୟପ୍ରଦେଶ, ଛତିଶଗଡ଼କୁ ଗାଡ଼ିମୋଟର ଚଳାଚଳ ବନ୍ଦ ରହିଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ଶହଶହ ସଂଖ୍ୟାରେ ଗାଡ଼ିମୋଟର ଅଟକି ରହିଥିଲା। ଏହି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଯୋଗୁ ଗତ ୧ ବର୍ଷ ମଧ୍ୟରେ ଅନେକ ମୃତାହତ ହେଲେଣି। ପ୍ରାୟ ୧୨୦ କୋଟି ଟଙ୍କା ବ୍ୟୟରେ ୪୦ କିମି ରାସ୍ତା ନିର୍ମାଣ ନାଁରେ ଠିକାଦାର ଜଣକ ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜାଠାରୁ ଡେଙ୍ଗାଓସ୍ତା ଗ୍ରାମ ମଧ୍ୟରେ ଅନେକ ସ୍ଥାନରେ ରାସ୍ତାକୁ ଦୀର୍ଘଦିନ ହେଲା ସମ୍ପୂର୍ଣ୍ଣ ଖୋଳି ଛାଡ଼ି ଦେଇଛନ୍ତି। କିନ୍ତୁ କାମ କରୁନାହାନ୍ତି। ଫଳରେ ଲୋକେ ଯିବାଆସିବା ପାଇଁ ଘୋର ଅସୁବିଧା ଭୋଗୁଛନ୍ତି। ଉତ୍ତେଜିତ ଲୋକେ ରାସ୍ତା ଅବରୋଧ କରିଥିବା ଖବରପାଇ ଜାତୀୟ ରାଜପଥ ପ୍ରାଧିକରଣ ବିଭାଗ ଯନ୍ତ୍ରୀ ବୃନ୍ଦ, ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଗ୍ରାମବାସୀଙ୍କ ସହ ଆଲୋଚନା କରି ଖୁବ୍‌ଶୀଘ୍ର ରାସ୍ତା ନିର୍ମାଣ କାର୍ଯ୍ୟ ସାରିବାକୁ ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri