ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଦ୍ରୁତ ଗତି, ମଦ୍ୟପାନ କରି ଗାଡ଼ି ଚଳାଇବା ଏବଂ ଖରାପ ରାସ୍ତା ଯୋଗୁ ଏଭଳି ଅଘଟଣ ଘଟୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଦୁର୍ଘଟଣାରେ ମୃତ ଯୁବକ ହେଲେ ବଡକୋଦଣ୍ଡା ଗ୍ରାମର ଜଗନ୍ନାଥ ଦିହୁଡି (୩୫)।
ସୂଚନା ଅନୁଯାୟୀ, ଗତକାଲିଠାରୁ ଜଗନ୍ନାଥ ମାନସିକ ଅଶାନ୍ତିରେ ଥିଲେ ଏବଂ ସ୍ତ୍ରୀଙ୍କ ସୁନା ଅଳଙ୍କାର ନେଇ କେଉଁଠି ବନ୍ଧକ ରଖିଥିଲେ। ଆଜି ଅପରାହ୍ନ ପ୍ରାୟ ୬:୧୦ ସମୟରେ ଭଞ୍ଜନଗର-ଦୁର୍ଗାପ୍ରସାଦ ମୁଖ୍ୟ ରାସ୍ତାର ବେଡିଗୋବା ନିକଟରେ ସେ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ମେଡିକାଲ ଅଣାଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ସେହିଭଳି ଅପରାହ୍ନ ପ୍ରାୟ ୩ଟା ସମୟରେ ଭଞ୍ଜନଗର କଲେଜ ରୋଡ ସ୍ଥିତ ଗୁରୁକୃପା ବିଦ୍ୟାଳୟ ସମ୍ମୁଖରେ ଏକ ବାଇକ ଦୁର୍ଘଟଣା ଘଟିଛି। ଏଥିରେ ଲଣ୍ଡେଇସାହି ଅଞ୍ଚଳର ଜଣେ ବ୍ୟବସାୟୀ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ଅନ୍ୟ ଏକ ଦୁର୍ଘଟଣା ଅପରାହ୍ନ ୪ଟା ସମୟରେ ଭଞ୍ଜନଗର-କୁଲାଡ ରାସ୍ତାରେ ଘଟିଛି। ଏକ ବାଇକ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ପିଲରକୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଜଣେ ଯୁବକ ଆହତ ହୋଇଥିବା ଜଣାପଡ଼ିଛି।
ଭଞ୍ଜନଗର ଥାନା ପୋଲିସ ଏସବୁ ଘଟଣାର ତଦନ୍ତ ଆରମ୍ଭ କରିଛି। ବିଶେଷ କରି ଜଗନ୍ନାଥ ଦିହୁଡିଙ୍କ ମୃତ୍ୟୁ କେଉଁ ପରିସ୍ଥିତିରେ ହେଲା, ସେ ନିଜେ ଦୁର୍ଘଟଣାଗ୍ରସ୍ତ ହେଲେ ନା କୌଣସି ଗାଡ଼ି ତାଙ୍କୁ ଧକ୍କା ଦେଇଛି, ସେନେଇ ପୋଲିସ ଖୋଳତାଡ଼ କରୁଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?