ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼ ଗ୍ରାମର ବିଭୂତି ପରେଇଙ୍କ ମୃତ୍ୟୁ ଘଟିଛି।
ସ୍ଥାନୀୟ ଲୋକଙ୍କ ସହଯୋଗରେ ଗୁରୁତର ଅବସ୍ଥାରେ ବିଭୂତିଙ୍କୁ ଆମ୍ବୁଲାନ୍ସ ଯୋଗେ ତୁରନ୍ତ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ମାତ୍ର ସେଠାରେ କର୍ତ୍ତବ୍ୟରତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଘଟଣା ସମ୍ପର୍କରେ ଆନନ୍ଦପୁର ଥାନାରେ କେସ୍‌ ନଂ-୨୨୧/୨୦୨୬ ରୁଜୁ ହୋଇଥିବାବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଆନନ୍ଦପୁର ଥାନା ଆଇଆଇସି ଫନୀନ୍ଦ୍ର ଭୂଷଣ ନାୟକ ଏହି ସୂଚନା ଦେଇଛନ୍ତି।
ଏପଟେ ଚାରନାଳି ଅଞ୍ଚଳରେ ଲଗାତର ସଡ଼କ ଦୁର୍ଘଟଣା ଘଟୁଥିବାରୁ ସ୍ଥାନୀୟ ବୁଦ୍ଧିଜୀବୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ବିଶେଷକରି ଏସ୍‌ଏଚ୍‌ ୫୩ ରାଜ୍ୟ ରାଜପଥର ଏହି ସ୍ଥାନରେ ରାତି ସମୟରେ ପର୍ଯ୍ୟାପ୍ତ ଆଲୋକ ବ୍ୟବସ୍ଥା ନ ଥିବାରୁ ବାରମ୍ବାର ଦୁର୍ଘଟଣା ଘଟୁଛି ବୋଲି ସେମାନେ ଅଭିଯୋଗ କରିଛନ୍ତି। ତେଣୁ ଦୁର୍ଘଟଣା ରୋକିବା ପାଇଁ ତୁରନ୍ତ ଉକ୍ତ ସ୍ଥାନରେ ହାଇମାଷ୍ଟ ଲାଇଟ୍‌ କିମ୍ବା ପର୍ଯ୍ୟାପ୍ତ ଷ୍ଟ୍ରିଟ ଲାଇଟ୍‌ ବ୍ୟବସ୍ଥା କରିବାକୁ ସରକାରଙ୍କ ନିକଟରେ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri