ପୂର୍ତ୍ତ ବିଭାଗ ରାସ୍ତାରେ ଗାତ, ବଢୁଛି ଦୁର୍ଘଟଣା

ରାଇଘର, ୨୪।୧(ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକ ମୁଖ୍ୟରାସ୍ତାରୁ ଛତିଶଗଡ଼କୁ ସଂଯୋଗ କରୁଥିବା ରାସ୍ତାର ବିଭିନ୍ନ ଛକ ସ୍ଥାନ ଶୋଚନୀୟ। ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିବା ରାସ୍ତା ଉପରେ ବିଭାଗୀୟ ଅଧିକାରୀଙ୍କ ତଦାରଖ ଅଭାବରୁ ସାଧାରଣ ଜନତା ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି।
ରାଇଘର-ଉମରକୋଟ ଓ ରାଇଘର-କୁନ୍ଦେଇ ରାସ୍ତାଘାଟ ବିପର୍ଯ୍ୟସ୍ତ ହୋଇଥିବା ନେଇ ଖବର ପ୍ରକାଶ ପରେ ଏହାର ମରାମତି ଉପରେ ପ୍ରଶାସନ ଗୁରୁତ୍ୱ ଦେଇଥିଲା। ରାଇଘର-ଉମରକୋଟ ମରାମତି କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ କୁନ୍ଦେଇ ରାସ୍ତାର ସମସ୍ୟା ଉପରେ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେଇନାହାନ୍ତି। ରାଇଘର ମୁଖ୍ୟରାସ୍ତାର ବ୍ଲକ କାର୍ଯ୍ୟାଳୟରୁ ଅଳ୍ପ ଦୂରରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହେବା ସହ ମାଉଁଳି ମନ୍ଦିର ନିକଟରେ ମଧ୍ୟ ବିପର୍ଯ୍ୟସ୍ତ ହୋଇପଡିଛି ରାସ୍ତା। ଲଗାତର ଦୁର୍ଘଟଣା ଘଟି ଅନେକ ଜୀବନ ନଷ୍ଟ ହେଉଛି। କିନ୍ତୁ ପ୍ରଶାସନ ଗଣମାଧ୍ୟମର ଅଭିଯୋଗକୁ ଗୁରୁତ୍ୱ ଦେଉନାହିଁ। ଏଥିସହ ଯୋଡ଼ିଙ୍ଗାରୁ ସୀମାନ୍ତ କୁନ୍ଦେଇ-ଖିଲଲି ମଧ୍ୟରେ ବିଭିନ୍ନ ଛକ ନିକଟରେ ବିରାଟ ଗର୍ତ୍ତ ସହ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ୪୦ ନମ୍ବର ରାଜ୍ୟ ରାଜପଥ ସହ ଛତିଶଗଡକୁ ସଂଯୋଗ କରୁଥିବା ଏହି ମୁଖ୍ୟରାସ୍ତା ଉପରେ ପ୍ରତ୍ୟେକ ସମୟରେ ଜନଗହଳି ସହ ଯାନବାହନ ଚଳାଚଳ କରୁଛି। ରାସ୍ତାଘାଟରେ ମଝି ମଝିରେ ଗର୍ତ୍ତ ସୃଷ୍ଟି ଯୋଗୁ ଦୁର୍ଘଟଣା ବଢିବାରେ ଲାଗିଛି। କିଛି ମାସ ପୂର୍ବେ ଗାତଗୁଡିକରେ ମେଟାଲ ପକାଇ ଚୁପ୍‌ ରହିଥିବା ପୂର୍ତ୍ତ ବିଭାଗ ବର୍ତ୍ତମାନ ଘଟଣାସ୍ଥଳରେ ତଦାରଖ କରିବାର ଆବଶ୍ୟକତା ରହିଛି। ଜିଲା ପ୍ରଶାସନ ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଏ ନେଇ ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ବିନୋଦ କୁମାର ବେହେରାଙ୍କୁ ପଚାରିବାରୁ ସମସ୍ୟାକୁ ଗୁରୁତ୍ୱ ଦେଇ ଅତିଶୀଘ୍ର ମରାମତି କାର୍ଯ୍ୟ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?